Masthead

କଂଗ୍ରେସରୁ ଇସ୍ତଫା ଦେଲେ ବରିଷ୍ଠ ନେତା ଗଣେଶ୍ୱର ବେହେରା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କଂଗ୍ରେସରୁ ଇସ୍ତଫା ଦେଲେ ଗଣେଶ୍ୱର ବେହେରା । ବରିଷ୍ଠ କଂଗ୍ରେସ ନେତା ଗଣେଶ୍ୱର ବେହେରାଙ୍କ ଇସ୍ତଫା । ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି । ପିସିସି ସଭାପତିଙ୍କୁ ଇସ୍ତଫା ପତ୍ର ପଠାଇଲେ ଗଣେଶ୍ୱର ।  ଇସ୍ତଫାପତ୍ରଟିକୁ ତାଙ୍କ ‘X’ରେ ଶେଆର କରିଛନ୍ତି। ସେଥିରେ ସେ ଲେଖିଛନ୍ତି, ମୁଁ କଂଗ୍ରେସର ପ୍ରାଥମିକ ସଭ୍ୟ ପଦରୁ ଇସ୍ତଫା ଦେଉଛି। କଂଗ୍ରେସ ଦଳ ମୋତେ ବିଧାୟକ ତଥା ବିଭିନ୍ନ କର୍ମକର୍ତ୍ତା ଭାବେ ଲୋକଙ୍କ ସେବା କରିବାର ସୁଯୋଗ ଦେଇଥିବାରୁ କୃତଜ୍ଞତା ଜ୍ଞାପନ କରୁଛି।

ଗଣେଶ୍ୱର ବେହେରା କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇରୁ କଂଗ୍ରେସ ଟିକେଟରେ ଦୁଇ ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ୧୯୮୫ରୁ ୧୯୯୦ ଓ ୧୯୯୫ରୁ ୨୦୦୦ ପର୍ଯ୍ୟନ୍ତ ସେ ବିଧାନସଭାର ସଦସ୍ୟ ରହିଥିଲେ। ୨୦୦୦ ଓ ୨୦୦୪ରେ ସେ ପଟ୍ଟାମୁଣ୍ଡାଇରୁ ନିର୍ବାଚନ ଲଢ଼ି ପରାସ୍ତ ହୋଇଥିଲେ। ୨୦୦୯, ୨୦୧୪ ଓ ୨୦୧୯ରେ ଗଣେଶ୍ୱର ବେହେରା କେନ୍ଦ୍ରାପଡ଼ା ବିଧାନସଭା ଆସନରୁ ପ୍ରାର୍ଥୀ ହୋଇ ବିଜେଡି ପ୍ରାର୍ଥୀଙ୍କଠାରୁ ପରାସ୍ତ ହୋଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା