Masthead

ପୁଣି ଏକ ଗଣବଳତ୍କାର; ଡେଲିଭରି ବୟ ସାଜିଲେ ସଇତାନ

ନୂଆଦିଲ୍ଲୀ: ଉତ୍ତର ପ୍ରଦେଶର ହଥରସ୍ ଗଣବଳତ୍କାର ମାମଲା ଦେଶରେ ହଇଚଇ ସୃଷ୍ଟି କରିଥିବା ବେଳେ ପୁଣି ଏଭଳି ଏକ ଘଟଣା ସାମ୍ନାକୁ ଆସିଛି । ଘଟଣା ଘଟିଛି ଜାତୀୟ ରାଜଧାନୀ ଦିଲ୍ଲୀରେ । ଦିଲ୍ଲୀ ଗୁରୁଗ୍ରାମ ଅଞ୍ଚଳରେ ୪ଜଣ ଡେଲିଭରି ବୟ ମିଶି ଜଣେ ୩୨ ବର୍ଷିୟା ମହିଳାଙ୍କୁ ବଳତ୍କାର କରିଥିବା ଅଭିଯୋଗ ହୋଇଛି । ଅଭିଯୁକ୍ତମାନେ ବଳତ୍କାର ପରେ ପୀଡ଼ିତାଙ୍କୁ ମାରପିଟ କରିଥିବା ଜଣାପଡିଛି । ତ।ଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଛି । ପୀଡିତାଙ୍କୁ ପ୍ରଥମେ ସ୍ଥାନୀୟ ସରକାରୀ ହସ୍ପିଟାଲରେ ଭତ୍ତି କରାଯାଇଥିଲା । ମାତ୍ର ସେ ଗୁରୁତର ଥିବାରୁ ତାଙ୍କୁ ଦିଲ୍ଲୀ ସଫଦରଜଙ୍ଗ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି ।

ଗୁରୁଗ୍ରାମ ପୋଲିସ ଘଟଣାକୁ ଗୁରୁତର ଭାବରେ ନେଇଛି । ୪ଜଣ ଅଭିଯୁକ୍ତଙ୍କୁ ପୁଲିସ ଗିରଫକରି ପଚରାଉଚରା ଆରମ୍ଭ କରିଛି । ଏହି ୪ ଅଭିଯୁକ୍ତ ଫୁଡ୍ ଡେଲିଭରି କମ୍ପାନୀରେ ଡେଲିଭରି ବୟ ଭାବରେ କାମ କରନ୍ତି । ପୀଡିତା ସୁସ୍ଥହେଲେ ତାଙ୍କର ବୟାନ ରେକର୍ଡ କରାଯିବ ବୋଲି ଗୁରୁଗ୍ରାମ ପୋଲିସ କହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବଦଳିବ ଭୁବନେଶ୍ୱର ମାଷ୍ଟରକ୍ୟାଣ୍ଟିନ ନାଁ 🔴 ବ୍ରହ୍ମପୁର R&B ଡିଭିଜନ AEEଙ୍କ ଘରେ ଭିଜିଲାନ୍ସ ରେଡ୍ 🔴 ଆଜି ବାଜିବ ଯୁଦ୍ଧ ସାଇରନ 🔴 ପାକିସ୍ତାନରେ ଲାଗୁ ହେଲା ବାଲ୍ୟ ବିବାହ ରୋକିବା ଆଇନ 🔴 କଟକରୁ ଚିହ୍ନଟ ହେଲା ପ୍ରଥମ କୋଭିଡ ଆକ୍ରାନ୍ତ 🔴 ED ଡେପୁଟି ଡାଇରେକ୍ଟର ଚିନ୍ତନ ରଘୁବଂଶୀ ଗିରଫ 🔴 ଭିଜିଲାନ୍ସ ଜାଲରେ ଗ୍ରାମୀଣ ଉନ୍ନୟନ ବିଭାଗ ମୁଖ୍ୟଯନ୍ତ୍ରୀ 🔴 ଚୀନ ସିସିଟିଭିକୁ ଭାରତରେ ନା 🔴 ଖୁବଶୀଘ୍ର ପିଓକେ ଆମର ହେବ 🔴 ଶୀତଳଷଷ୍ଠୀ କୁ ୫୦ଲକ୍ଷ ଅନୁଦାନ 🔴 ବଦଳିବ ଭୁବନେଶ୍ୱର ମାଷ୍ଟରକ୍ୟାଣ୍ଟିନ ନାଁ 🔴 ବ୍ରହ୍ମପୁର R&B ଡିଭିଜନ AEEଙ୍କ ଘରେ ଭିଜିଲାନ୍ସ ରେଡ୍ 🔴 ଆଜି ବାଜିବ ଯୁଦ୍ଧ ସାଇରନ 🔴 ପାକିସ୍ତାନରେ ଲାଗୁ ହେଲା ବାଲ୍ୟ ବିବାହ ରୋକିବା ଆଇନ 🔴 କଟକରୁ ଚିହ୍ନଟ ହେଲା ପ୍ରଥମ କୋଭିଡ ଆକ୍ରାନ୍ତ 🔴 ED ଡେପୁଟି ଡାଇରେକ୍ଟର ଚିନ୍ତନ ରଘୁବଂଶୀ ଗିରଫ 🔴 ଭିଜିଲାନ୍ସ ଜାଲରେ ଗ୍ରାମୀଣ ଉନ୍ନୟନ ବିଭାଗ ମୁଖ୍ୟଯନ୍ତ୍ରୀ 🔴 ଚୀନ ସିସିଟିଭିକୁ ଭାରତରେ ନା 🔴 ଖୁବଶୀଘ୍ର ପିଓକେ ଆମର ହେବ 🔴 ଶୀତଳଷଷ୍ଠୀ କୁ ୫୦ଲକ୍ଷ ଅନୁଦାନ