Masthead

ପୁଣି ଏକ ଗଣବଳତ୍କାର; ଡେଲିଭରି ବୟ ସାଜିଲେ ସଇତାନ

ନୂଆଦିଲ୍ଲୀ: ଉତ୍ତର ପ୍ରଦେଶର ହଥରସ୍ ଗଣବଳତ୍କାର ମାମଲା ଦେଶରେ ହଇଚଇ ସୃଷ୍ଟି କରିଥିବା ବେଳେ ପୁଣି ଏଭଳି ଏକ ଘଟଣା ସାମ୍ନାକୁ ଆସିଛି । ଘଟଣା ଘଟିଛି ଜାତୀୟ ରାଜଧାନୀ ଦିଲ୍ଲୀରେ । ଦିଲ୍ଲୀ ଗୁରୁଗ୍ରାମ ଅଞ୍ଚଳରେ ୪ଜଣ ଡେଲିଭରି ବୟ ମିଶି ଜଣେ ୩୨ ବର୍ଷିୟା ମହିଳାଙ୍କୁ ବଳତ୍କାର କରିଥିବା ଅଭିଯୋଗ ହୋଇଛି । ଅଭିଯୁକ୍ତମାନେ ବଳତ୍କାର ପରେ ପୀଡ଼ିତାଙ୍କୁ ମାରପିଟ କରିଥିବା ଜଣାପଡିଛି । ତ।ଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଛି । ପୀଡିତାଙ୍କୁ ପ୍ରଥମେ ସ୍ଥାନୀୟ ସରକାରୀ ହସ୍ପିଟାଲରେ ଭତ୍ତି କରାଯାଇଥିଲା । ମାତ୍ର ସେ ଗୁରୁତର ଥିବାରୁ ତାଙ୍କୁ ଦିଲ୍ଲୀ ସଫଦରଜଙ୍ଗ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି ।

ଗୁରୁଗ୍ରାମ ପୋଲିସ ଘଟଣାକୁ ଗୁରୁତର ଭାବରେ ନେଇଛି । ୪ଜଣ ଅଭିଯୁକ୍ତଙ୍କୁ ପୁଲିସ ଗିରଫକରି ପଚରାଉଚରା ଆରମ୍ଭ କରିଛି । ଏହି ୪ ଅଭିଯୁକ୍ତ ଫୁଡ୍ ଡେଲିଭରି କମ୍ପାନୀରେ ଡେଲିଭରି ବୟ ଭାବରେ କାମ କରନ୍ତି । ପୀଡିତା ସୁସ୍ଥହେଲେ ତାଙ୍କର ବୟାନ ରେକର୍ଡ କରାଯିବ ବୋଲି ଗୁରୁଗ୍ରାମ ପୋଲିସ କହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନବମ ଶ୍ରେଣୀ ଛାତ୍ରୀଙ୍କୁ ଦୁଷ୍କର୍ମ, ଯୁବକଙ୍କୁ ବାନ୍ଧି ନିର୍ଧୁମ ମାଡ଼ 🔴 ଧନରାଜଙ୍କ ପାଇଁ ଗଲା ଆଉ ଏକ ଜୀବନ 🔴 ୧୨ ଘଣ୍ଟିଆ ରାଇଘର  ବନ୍ଦ 🔴 ଝଡ ପବନ ସହ ବର୍ଷା ସମ୍ଭାବନା, ଏହି ସବୁ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ 🔴 ପୁଣି ଅନଲାଇନରେ ମହାପ୍ରସାଦ ବିକ୍ରି 🔴 ସାଲାଇନ ଦେଉଛନ୍ତି ସଫେଇ କର୍ମଚାରୀ  🔴 ‘ପୋଲିସ ଷ୍ଟେଟମେଣ୍ଟ ବଦଳାଇଛି’ 🔴 ଉପ ମୁଖ୍ୟମନ୍ତ୍ରୀଙ୍କ ୨ଟି ଭୋଟର କାର୍ଡକୁ ନେଇ ରାଜନୀତି ସରଗରମ 🔴 ପୁଣି କରଞ୍ଜିଆରେ ହାତୀ ଭୟ 🔴 ନବମ ଶ୍ରେଣୀ ଛାତ୍ରୀଙ୍କୁ ଦୁଷ୍କର୍ମ, ଯୁବକଙ୍କୁ ବାନ୍ଧି ନିର୍ଧୁମ ମାଡ଼ 🔴 ଧନରାଜଙ୍କ ପାଇଁ ଗଲା ଆଉ ଏକ ଜୀବନ 🔴 ୧୨ ଘଣ୍ଟିଆ ରାଇଘର  ବନ୍ଦ 🔴 ଝଡ ପବନ ସହ ବର୍ଷା ସମ୍ଭାବନା, ଏହି ସବୁ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ 🔴 ପୁଣି ଅନଲାଇନରେ ମହାପ୍ରସାଦ ବିକ୍ରି 🔴 ସାଲାଇନ ଦେଉଛନ୍ତି ସଫେଇ କର୍ମଚାରୀ  🔴 ‘ପୋଲିସ ଷ୍ଟେଟମେଣ୍ଟ ବଦଳାଇଛି’ 🔴 ଉପ ମୁଖ୍ୟମନ୍ତ୍ରୀଙ୍କ ୨ଟି ଭୋଟର କାର୍ଡକୁ ନେଇ ରାଜନୀତି ସରଗରମ 🔴 ପୁଣି କରଞ୍ଜିଆରେ ହାତୀ ଭୟ