Masthead

ଗ୍ୟାଙ୍ଗଷ୍ଟାର ଅତିକକୁ ଗୁଳି କରି ହତ୍ୟା, ଜିଲ୍ଲାରେ ୧୪୪ ଜାରି

ଉତ୍ତରପ୍ରଦେଶ(ବଡ଼ ଖବର ବ୍ୟୁରୋ): ଗ୍ୟାଙ୍ଗଷ୍ଟାର ଅତିକ ଅହମ୍ମଦକୁ ଗୁଳି କରି ହତ୍ୟା । ଅତିକ ଓ ଅଶ୍ରଫ୍‌ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେବା ବେଳେ ଏହି ଗୁଳିମାଡ଼ ହୋଇଥିଲା। ଉତ୍ତରପ୍ରଦେଶରେ ଗ୍ୟାଙ୍ଗଷ୍ଟର ଅତିକ ଅହମ୍ମଦକୁ ହତ୍ୟା କରାଯାଇଛି। ଅତିକ ଅହମ୍ମଦ ଓ ତା’ର ଭାଇ ଅଶ୍ରଫ୍ ଅହମ୍ମଦକୁ ଗୁଳି କରି ହତ୍ୟା କରାଯାଇଛି। ପ୍ରୟାଗରାଜର ଏକ ମେଡିକାଲକୁ ନିଆଯାଉଥିବା ବେଳେ ଉଭୟ ଗୁଳିମାଡ଼ର ଶିକାର ହୋଇଛନ୍ତି। ମାତ୍ର ୧୦ ସେକେଣ୍ଡ ଭିତରେ ଏହି ଘଟଣା ଘଟିଥିଲା। ଜିରୋ ପଏଣ୍ଟରୁ ଉଭୟଙ୍କୁ ଗୁଳିମାଡ଼ ହୋଇଛି। ତେବେ ଘଟଣା ପରେ ତୁରନ୍ତ ପୋଲିସ ୩ ହତ୍ୟାକାରୀଙ୍କୁ ଗିରଫ କରିଛି। ସାମ୍ବାଦିକ ବେଶରେ ଆସି ୩ ଅଭିଯୁକ୍ତ ଏହି ହତ୍ୟାକାଣ୍ଡ ଘଟାଇଥିବା ପୋଲିସ କହିଛି।

ଏନେଇ ଅଧିକ ଛାନ୍‌ଭିନ୍ ଜାରି ରହିଛି। ଫୋରେନ୍‌ସିକ୍ ଟିମ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଛନ୍ତି। ହତ୍ୟା ପରେ ଆଇନ ଶୃଙ୍ଖଳା ପରିସ୍ଥିତି ଉପୁଜିବା ଆଶଙ୍କାରେ ଆଲର୍ଟ ହୋଇଛି ପୋଲିସ। ଉତ୍ତରପ୍ରଦେଶର ସମସ୍ତ ଜିଲ୍ଲାରେ ୧୪୪ ଧାରା ଜାରି କରାଯାଇଛି। ପ୍ରୟାଗରାଜରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ଏଥିସହ ବିଭିନ୍ନ ସହରରେ ପୋଲିସ ଫ୍ଲାଗ୍ ମାର୍ଚ୍ଚ କରିଛି। ସେପଟେ ହତ୍ୟାକାଣ୍ଡ ପରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଜରୁରୀ ବୈଠକ କରି ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ସଂପୂର୍ଣ୍ଣ ଘଟଣାର ନ୍ୟାୟିକ ତଦନ୍ତ ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟରେ ଯେପରି ଆଇନ ଶୃଙ୍ଖଳା ସ୍ଥିତି ବଜାୟ ରହିବ ସେ ନେଇ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି