Masthead

ଗ୍ୟାଙ୍ଗଷ୍ଟର ହାଇଦର ମୃତ୍ୟୁ: କେନ୍ଦ୍ରାପଡ଼ାରେ ୧୪୪ ଧାରା

ଭୁବନେଶ୍ୱର : କେନ୍ଦ୍ରାପଡ଼ାରେ ୧୪୪ ଧାରା ଲାଗୁ । ଶନିବାର ଗ୍ୟାଙ୍ଗଷ୍ଟର ହାଇଦର ମୃତ୍ୟୁ ଘଟଣାକୁ ନେଇ କେନ୍ଦ୍ରାପଡ଼ାରେ ଟାଉନରେ ୧୪୪ ଧାରା ଜାରି କରାଯାଇଛି। ଟାଉନ ସମେତ ସହର ଉପକଣ୍ଠରେ ଥିବା ୪ଟି ପଞ୍ଚାୟତରେ ୧୪୪ ଧାରା ଲାଗୁ ହୋଇଛି। ଏହି କଟକଣା ଜୁଲାଇ ୩୦ ତାରିଖ ଦିନ ୧୧ ଟା ପର୍ଯ୍ୟନ୍ତ ବଳବତ୍ତର ରହିବ।

ବାରିମୂଳ, ଗୁଲନଗର, କପାଳେଶ୍ୱର ଓ ଯମଧର ଗ୍ରାମପଞ୍ଚାୟତରେ ୧୪୪ ଧାରା ଜାରି କରିଛନ୍ତି ଜିଲ୍ଲାପାଳ ।ସହରରେ ଆଇନ ଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହେବା ଆଶଙ୍କା କରି ଜିଲ୍ଲା ପ୍ରଶାସନ ଏଭଳି ପଦକ୍ଷେପ ନେଇଛନ୍ତି । ସମୟରେ ସକାଳ ୭ ଟାରୁ ଦିନ ୧୧ ମଧ୍ୟରେ ଗ୍ରୋସରି ଓ ଆମିଷ ଦୋକାନ ଖୋଲା ରହିବ। ଏହା ଛଡା ଅନ୍ୟାନ୍ୟ ବ୍ୟବସାୟିକ ପ୍ରତିଷ୍ଠାନ ବନ୍ଦ ରହିବ। ସେହିପରି ହୋଟେଲରୁ ଲୋକମାନେ ଖାଦ୍ୟ ପାର୍ଶଲ ନେଇ ପାରିବେ। କୌଣସି ଜାଗାରେ ୫ ଜଣରୁ ଅଧିକ ଲୋକ ମେଳି କରି ପାରିବେ ନାହିଁ। ସେହିପରି ଦିନ ୧୧ ଟା ପରେ ସହରରେ ଟ୍ରାଫିକ କଟକଣା କଡ଼ାକଡ଼ି କରାଯିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ