ଗାଙ୍ଗୁଲିଙ୍କୁ ଟକ୍କର ଦେବେ ଜୟ ଶାହା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଗାଙ୍ଗୁଲିଙ୍କୁ ଟକ୍କର ଦେବେ ଜୟ ଶାହା । ୨୪ ଡିସେମ୍ବରରେ ଅହମ୍ମଦାବାଦରେ ବିସିସିଆର ବାର୍ଷିକ ସାଧାରଣ ସଭା ଅନୁଷ୍ଟିତ ହେବ । ଏହା ପୂର୍ବରୁ ଆଜି ସର୍ଦ୍ଦାର ପଟେଲ ମୋଟେରା ଷ୍ଟାଡିୟମରେ ଏକ ବନ୍ଧୁତ୍ୱପୂର୍ଣ୍ଣ ମ୍ୟାଚ ଖେଳାଯିବ । ଏହି ମ୍ୟାଚରେ ବିସିସିଆଇର ନିର୍ବାଚନ ବୋର୍ଡ ସଦସ୍ୟମାନେ ଅଂଶଗ୍ରହଣ କରିବେ । ଏହି ମ୍ୟାଚରେ ସୌରଭ ଗାଙ୍ଗୁଲି ଏବଂ ବିସିସିଆଇ ସଚିବ ଜୟ ଶାହାଙ୍କ ଦଳ ମୁହାଁମୁହିଁ ହେବେ । ବିଶ୍ୱର ସବୁଠୁ ବଡ଼ କ୍ରିକେଟ ଷ୍ଟାଡିୟମରେ ଏହି ମ୍ୟାଚ ଖେଳାଯିବ । ମୋଟେରା ଷ୍ଟାଡିୟମରେ ଫେବୃଆରୀରୁ ଇଂଲଣ୍ଡ ବିପକ୍ଷରେ ଦିବାରାତ୍ର ଟେଷ୍ଟ ମ୍ୟାଚ ଅନୁଷ୍ଟିତ ହେବ । ଚାରି ମ୍ୟାଚ ବିଶିଷ୍ଟ ଟେଷ୍ଟର ଏହା ତୃତୀୟ ମ୍ୟାଚ ଅଟେ ।

ଏକ ଲକ୍ଷ ୧୦ ହଜାର ଦର୍ଶକଙ୍କ କ୍ଷମତା ବିଶିଷ୍ଟ ମୋଟେରା ଷ୍ଟାଡିୟମ ହେଉଛି ବିଶ୍ୱର ସବୁଠାରୁ ବଡ଼ କ୍ରିକେଟ ଷ୍ଟାଡିୟମ । ଦିବାରାତ୍ର ଟେଷ୍ଟ ପରେ ଅହମ୍ମଦାବାଦରେ ୫ ମ୍ୟାଚ ବିଶିଷ୍ଟ ଟି-୨୦ ଅନ୍ତର୍ଜାତୀୟ ସିରିଜ ମଧ୍ୟ ଖେଳାଯିବ । ଏହି ଷ୍ଟାଡିୟମରେ ନମସ୍ତେ ଟ୍ରମ୍ପ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ଗୁରୁବାର ହେବାକୁ ଥିବା ବାର୍ଷିକ ସାଧାରଣ ସଭାରେ ଦୁଇଟି ଆଇପିଏଲ ଫ୍ରାଞ୍ଚାଇଜ୍ ଅନ୍ତର୍ଭୁକ୍ତ କରିବା ପ୍ରସଙ୍ଗ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ହେବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’