Masthead

ଗଞ୍ଜେଇ ଚୋରାଚାଲଣ ବେଳେ ଧରିଲା ପୋଲିସ

କଟକ, (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ବଢ଼ିବାରେ ଲାଗିଛି ନିଶା କାରବାର । ବାରମ୍ବାର ଚଢ଼ାଉ ଓ ଗିରଫ ପରେ ମଧ୍ୟ ବେଧଡ଼କ ସେମାନଙ୍କ ନେଟୱାର୍କ ବଢ଼େଇ ଚାଲିଛନ୍ତି ନିଶା ବେପାରୀ । ରାଜ୍ୟର ବିଭିନ୍ନ ସ୍ଥାନରୁ ପ୍ରତିଦିନ କିଲୋ କିଲୋ ଗଞ୍ଜେଇ ଜବତ ହେଉଛି ତଥାପି ସୁଧୁରୁନହାନ୍ତି ବେପାରୀ । ଗତକାଲି ସନ୍ଧ୍ୟାରେ କଟକ ମର୍କତନଗର ଥାନା ପୋଲିସ ଦୁଇ ଗଞ୍ଜେଇ ବେପାରୀଙ୍କୁ କାବୁ କରିବା ସହ ସେମାନଙ୍କ ନିକଟରୁ ୭କିଲୋରୁ ଅଧିକ ଓଜନର ଗଞ୍ଜେଇ ଜବତ କରିଛି । ଗିରଫ ଦୁଇ ଅଭିଯୁକ୍ତ ସଦର ଥାନା ଅନ୍ତର୍ଗତ ବାଲିଆ ଗ୍ରାମର ବାପୁଜୀ ନାୟକ ଓ ରାଜକିଶୋର ରାଉଳ । କୌଣସି ସୂତ୍ରରୁ ଖବର ପାଇ ପୋଲିସ ନରାଜପଟୁ ଆସୁଥିବା ଏକ ଧଳା ଆପାଚି ବାଇକର ପିଛାକରି ଉଭୟଙ୍କୁ କାବୁ କରିଥିଲା । କନ୍ଧମାଳରୁ ଏମାନେ ଗଞ୍ଜେଇ ଆଣି କଟକରେ ବିକ୍ରି କରୁଥିବା ତଦନ୍ତରୁ ଜଣାପଡ଼ିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା