Masthead

କିରୋସିନ ଢାଳି ଯୁବତୀଙ୍କ ଆତ୍ମାହୁତି

ଗଞ୍ଜାମ (ବଡ଼ ଖବର ବ୍ୟୁରୋ): ବ୍ରହ୍ମପୁରରେ ପୁଣି ଏକ ଅଭାବନୀୟ ଘଟଣା ଘଟିଛି । ଜଣେ ଯୁବତୀ ନିଜ ଦେହରେ କିରାସିନି ଢାଳି ଆତ୍ମହତ୍ୟା କରିଥିବା ଖବର ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ଗଞ୍ଜାମ ଜିଲା ବ୍ରହ୍ମପୁର ବଡ଼ବଜାର ଥାନା ଶାନ୍ତିନଗରରେ ଏକ ଅଭାବନୀୟ ଘଟଣା ବୁଧବାର ଘଟିଛି। ଜଣେ ଯୁବତୀ ଘର ଭିତରେ ନିଜ ଦେହରେ କିରୋସିନ ଢାଳି ଜାଳି ହୋଇଯାଇଛନ୍ତି। ତାଙ୍କୁ ଏମକେସିଜି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଗୁରୁତର ଥିବାରୁ ତାଙ୍କୁ କଟକ ସ୍ଥାନାନ୍ତର ବେଳେ ରାସ୍ତାରେ ଖଲ୍ଲିକୋଟ ନିକଟରେ ମୃତ୍ୟୁବରଣ କରିଛନ୍ତି।

ସେ ହେଲେ ରବୀନ୍ଦ୍ର ବେହେରାଙ୍କ ଝିଅ ରାଜେଶ୍ୱରୀ ବେହେରା  । ସୂଚନା ଅନୁଯାୟୀ, କୌଣସି କାରଣକୁ ନେଇ ରାଜେଶ୍ୱରୀ ମାନସିକ ଦୁଶ୍ଚିନ୍ତାରେ ଥିଲେ। ଗତକାଲି ସେ ହଠାତ୍ ନିଜ ଦେହରେ କିରାସିନି ଢାଳି ନିଆଁ ଲଗାଇ ଦେଇଥିଲେ। ପରିବାର ଲୋକେ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ପ୍ରଥମେ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରିଥିଲେ। ତେବେ ଅବସ୍ଥା ଅଧିକ ସଙ୍କଟାପନ୍ନ ହେବାରୁ ତାଙ୍କୁ ଉନ୍ନତ ଚିକିତ୍ସା ପାଇଁ କଟକ ସ୍ଥାନାନ୍ତର କରାଯାଉଥିଲା । ଦୁର୍ଭାଗ୍ୟବଶତଃ, କଟକ ନେଉଥିବା ସମୟରେ ବାଟରେ ହିଁ ରାଜେଶ୍ୱରୀଙ୍କ ମୃତ୍ୟୁ ଘଟିଥିଲା। ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ । ଏହି ଘଟଣା ପରେ ଶାନ୍ତିନଗର ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 PUCC ବୀମା ନଥିଲେ ଧରିବ ଇ ଡିଟେକ୍ସନ 🔴 ଆହୁରି ତୀବ୍ର ହେଲା ଇରାନ୍-ଆମେରିକା ଯୁଦ୍ଧ 🔴 ୯ ତାରିଖରୁ ରାଜ୍ୟରେ ବଢ଼ିବ ବର୍ଷା 🔴 ସର୍ପାଘାତ ପରେ ସାପକୁ ଧରି ହସ୍ପିଟାଲ ପହଞ୍ଚିଲେ ଯୁବକ 🔴 ଛାତ୍ର ଦୁର୍ଘଟଣା ସହାୟତାକୁ ନେଇ ନୂଆ ନିର୍ଦ୍ଦେଶାବଳୀ 🔴 ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା 🔴 ପ୍ୟାସେଞ୍ଜର ବିମାନ ଉଡ଼ାଇବେ ଅଭିନନ୍ଦନ 🔴 ଭୋଟର ଲିଷ୍ଟରୁ ରାଘବ ଚଢ଼ାଙ୍କ ନାଁ ଗାଏବ 🔴 ମାଫିଆଙ୍କ ଟାର୍ଗେଟରେ କଇଁଛ 🔴 ଉତ୍ତର ଓଡ଼ିଶାରେ ପୁଣି ବନ୍ୟା ସ୍ଥିତି 🔴 PUCC ବୀମା ନଥିଲେ ଧରିବ ଇ ଡିଟେକ୍ସନ 🔴 ଆହୁରି ତୀବ୍ର ହେଲା ଇରାନ୍-ଆମେରିକା ଯୁଦ୍ଧ 🔴 ୯ ତାରିଖରୁ ରାଜ୍ୟରେ ବଢ଼ିବ ବର୍ଷା 🔴 ସର୍ପାଘାତ ପରେ ସାପକୁ ଧରି ହସ୍ପିଟାଲ ପହଞ୍ଚିଲେ ଯୁବକ 🔴 ଛାତ୍ର ଦୁର୍ଘଟଣା ସହାୟତାକୁ ନେଇ ନୂଆ ନିର୍ଦ୍ଦେଶାବଳୀ 🔴 ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା 🔴 ପ୍ୟାସେଞ୍ଜର ବିମାନ ଉଡ଼ାଇବେ ଅଭିନନ୍ଦନ 🔴 ଭୋଟର ଲିଷ୍ଟରୁ ରାଘବ ଚଢ଼ାଙ୍କ ନାଁ ଗାଏବ 🔴 ମାଫିଆଙ୍କ ଟାର୍ଗେଟରେ କଇଁଛ 🔴 ଉତ୍ତର ଓଡ଼ିଶାରେ ପୁଣି ବନ୍ୟା ସ୍ଥିତି