ଗଞ୍ଜେଇ ଚାଷୀ, ମାଫିଆ ଉପରେ ପୋଲିସ ଓ ଅବକାରୀ ବିଭାଗର ଚଢ଼ାଉ

ଅନୁଗୁଳ(ବଡ଼ ଖବର ବ୍ୟୁରୋ): ଅନୁଗୁଳ ଛେଣ୍ଡିପଦାରେ ଲକ୍ଷ ଲକ୍ଷ ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ କରାଯାଇଛି । ଗଞ୍ଜେଇ ଚାଷ ଏବଂ ଗଞ୍ଜେଇ ମାଫିଆଙ୍କ ରାଜୁତି ଯୋଗୁଁ ସମଗ୍ର ଜିଲ୍ଲାରେ ଅଶାନ୍ତ ବାତାବରଣ ସୃଷ୍ଟି ହୋଇଥିଲା । ଜିଲ୍ଲା ପ୍ରଶାସନ ତରଫରୁ କ୍ରମାଗତ ଭାବେ ଏହି ଚଢାଉ ଜାରି ରହିଥିବା ବେଳେ ଆଜି ପୁଣି ଏହି ଚଢାଉ କରାଯାଇଥିଲା । ଏହି ଚଢାଉରେ ଅନୁଗୁଳ ଅବକାରୀ ବିଭାଗ , ଜଙ୍ଗଲ ବିଭାଗ ଓ ରାଜସ୍ୱ ବିଭାଗ ସାମିଲ ଥିବା ଜଣାପଡିଛି । ପ୍ରାୟ ୮୦ ଡିସିମିଲ ସରକାରୀ ଜମି ଉପରେ ବେଆଇନ ଗଞ୍ଜେଇ ଚାଷ କରଯାଇଥିବାବେଳେ ୯୫୬ଟି ଗଛ କଟାଯିବା ସହ ନିଆଁ ଲଗାଇ ପୋଡି ଦିଆଯାଇଥିବା ସୂଚନା ମିଳିଛି । ତେବେ ଏହି ଚଢାଉ ଆଗାମୀ ଦିନରେ ମଧ୍ୟ ଜାରି ରହିବ ବୋଲି ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ