Masthead

ସରିଲା କାର୍ତ୍ତିକ, ଛାଡ଼ଖାଇ ପାଇଁ ଆମିଷ ବଜାରରେ ପ୍ରବଳ ଭିଡ଼

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଜମୁଛି ଛାଡ଼ଖାଇ ବଜାର। କାର୍ତ୍ତିକ ପୂର୍ଣ୍ଣିମା ପରେ ଗତକାଲି ସଂକ୍ରାନ୍ତି ଯୋଗୁଁ ଫିକା ପଡ଼ିଥିଲା ଆମିଷ ବଜାର। ଆଜି ରବିବାର ହୋଇଥିବାରୁ ଆମିଷପ୍ରେମୀଙ୍କ ଭିତରେ ପ୍ରବଳ ଆଗ୍ରହ ଦେଖିବାକୁ ମିଳିଛି। ସକାଳୁ ସକାଳୁ ଆମିଷ ବଜାରରେ ଭିଡ଼ ଜମିଛି। ଗ୍ରାହକଙ୍କ ଚାହିଦାକୁ ଦୃଷ୍ଟିରେ ରଖି ମାର୍କେଟରେ ମଟନ୍, ଚିକେନ୍, ମାଛ, ଚିଙ୍ଗୁଡ଼ି ଆଦି ବିଭିନ୍ନ ପ୍ରକାରର ଆମିଷ ବିକ୍ରି ହେଉଛି। କାର୍ତ୍ତିକରେ ମାସରେ ହବିଷ କରିଥିବା ଲୋକ ଆଜି ଆମିଷ ଖାଇବାକୁ ଅଧିକ ପସନ୍ଦ କରୁଛନ୍ତି। ଲୋକେ ଦୀର୍ଘଦିନ ପରେ ଘରକୁ ଆମିଷ ଟିକେ ନେବାକୁ ଦୋକାନ ଆଗରେ ଭିଡ଼ ଜମାଇଛନ୍ତି ।

ଛାଡ଼ଖାଇ ପାଇଁ ବଜାରରେ ଉଚ୍ଚା ରହିଛି ଆମିଷ ଦର । ରାଜଧାନୀର ପ୍ରମୁଖ ମାର୍କେଟ ତଥା ୟୁନିଟ-୪, ନୂଆପଲ୍ଲୀ, ଡେଲଟା, ଆଇଗିଣିଆ, ଡମଣା, ପଳାଶୁଣି, ସୁନ୍ଦରପଦାରେ ଆମିଷ ଦୋକାନରେ ଭିଡ଼ ଜମିଛି । ଆମିଷ ଦୋକାନରେ ପରିମଳ ଉପରେ ଗୁରୁତ୍ୱ ଦିଆଯାଇଛି । ଆମିଷ ଦୋକାନ ଚାରିପଟ ସଫା ରଖିବାକୁ କୁହାଯାଇଛି । ମାଂସ ଦୋକାନରୁ ବାହାରୁଥିବା ବର୍ଜ୍ୟ ଡଷ୍ଟବିନରେ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ବିଶେଷ କରି ରୋହି, ଭାକୁର, ଇଲିସ, ଚିଙ୍ଗୁଡ଼ି, ଚାନ୍ଦି ମାଛର ଚାହିଦା ଅଧିକ ରହିଛି । ଖାସି ମାଂସ ଦର ହଜାରେ ପର୍ଯ୍ୟନ୍ତ ଧରିବାକୁ ବସିଲାଣି ।

ତଥାପି ମାଂସ କିଣିବାକୁ ଲୋକଙ୍କ ଲମ୍ବା ଲାଇନ୍ ଦେଖିବାକୁ ମିଳୁଛି । ସେପଟେ ସତର୍କ ରହିଛି ଖାଦ୍ୟ ସୁରକ୍ଷା ବିଭାଗ । ରାଜଧାନୀରେ ଚଢ଼ା ଦର ଉପରେ ବିଏମସି ନଜର ରଖିଛି । ସେପଟେ ଚାହିଦା ଅନୁସାରେ ଆଜି ଦାମ ମଧ୍ୟ ପୂର୍ବାପେକ୍ଷା ଅଧିକ ରହିଛି । ଭୁବନେଶ୍ୱର ୪ ନମ୍ବର ମାଛ ମାର୍କେଟରେ ବାରିପଦା ଦେଶୀ ଚିକେନ କେଜିକୁ ୫୫୦ ଟଙ୍କା ଥିବାବେଳେ ବ୍ରୟଲର ୨୪୦, ମଟନ ୮୦୦, ଖଇଙ୍ଗା ମାଛ ୫୦୦, କଳା ପାମ୍ପ୍ଲେଟ ୪୫୦, ରୂପ ଚାନ୍ଦି ୨୫୦, ପାମ୍ପ୍ଲେଟ ୧ ହଜାର, ବଡ଼ ଚିଙ୍ଗୁଡ଼ି ୫୫୦ ରହିଛି ।

ସେହିପରି ବଡ଼ କଣ୍ଟାଲ ଚିଙ୍ଗୁଡ଼ି ୬୦୦ ଟଙ୍କା , ବଡ଼ କଙ୍କଡା ୩ ହଜାର ଟଙ୍କା, ଚିଲିକା ଗ୍ରୀନ କଙ୍କଡା ୨୨ଶହ, ରେଡ଼ କଙ୍କଡା ୮୫୦, ଭେକଟି ୫୫୦, ଟାଇଗର ବାଗଦା ଚିଙ୍ଗୁଡ଼ି ୧ ହଜାର, ନଈ ଚିଙ୍ଗୁଡ଼ି ୫୦୦ ଟଙ୍କା ରହିଛି । ଭାକୁର କେଜି ୨୦୦ ଟଙ୍କା, ରୋହି ୧୮୦, ଝୁଡୁଙ୍ଗ ମାଛ ୨୬୦, ସୁରୁଙ୍ଗି ୪୦୦ ଓ ମହୁରାଲି ୩୨୦ ଟଙ୍କା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ