Masthead

ଆଜି ମହାପ୍ରଭୁଙ୍କ ଘଣା ଓ ଖଳି ପ୍ରସାଦ ଲାଗି ନୀତି

ପୁରୀ (ବଡ଼ ଖବର ବ୍ୟୁରୋ): ମହାପ୍ରଭୁଙ୍କ ଅଣସରର ଆଜି ତ୍ରୟୋଦଶୀ ତିଥି। ଏହି ଅବସରରେ ମହାପ୍ରଭୁଙ୍କ ଘଣା ଏବଂ ଖଳି ପ୍ରସାଦ ଲାଗି ନୀତି କରାଯିବା ସହ ଖଳି ପ୍ରସାଦ ଲାଗି ମଧ୍ୟ ହେବ। ଏଥିପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ସେପଟେ ଜୋରସୋରରେ ଆଗେଇ ଚାଲିଛି ରଥ କାମ । ତେବେ ଅଣସର ଗୃହରେ ସମ୍ପୂର୍ଣ୍ଣ ଗୋପନୀୟ ଭାବେ ଶ୍ରୀଜୀଉମାନଙ୍କୁ ଘଣା ଲାଗି ପରେ ଖଳି ଲାଗି ଓ ତତ୍ପରେ ଖଡ଼ି ଲାଗି କରାଯିବ। ଶୁଦ୍ଧ ସୁଆରଙ୍କ ଘର ଠାରୁ ଘଣ୍ଟ, ଛତା, କାହାଳି ସହ ଖଳିପ୍ରସାଦ ଶ୍ରୀମନ୍ଦିରକୁ ବିଜେ କରାଯିବ। ଶୁଦ୍ଧ ସୁଆରଙ୍କ ଦ୍ୱାରା ପ୍ରସ୍ତୁତ ଏହି ଦିବ୍ୟ ପ୍ରଲେପକୁ ରୂପା ପିଂଗଣରେ ରଖି ଦଇତାପତି ସେବକ ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗି କରିବେ। ଖଳି ଲାଗି ପୂର୍ବରୁ ପ୍ରଭୁଙ୍କ ଘଣା ଲାଗି ଗୋପନ ନୀତି ସଂପନ୍ନ ହେବ। ଏହାପୂର୍ବରୁ ନୂତନ ବିଗ୍ରହଙ୍କୁ ଗୋପନ ସେବାରେ ରକ୍ତ ବସ୍ତ୍ର ଆବରଣ କରାଯିବ। ଗୋପନୀୟତା ରକ୍ଷା କରି ଦଇତା ଓ ପତିମହାପାତ୍ର ସେବକମାନେ ଏକ ସ୍ୱତନ୍ତ୍ର ଶୈଳିରେ ଶ୍ରୀଜିଉଙ୍କୁ ରକ୍ତବସ୍ତ୍ର ଆବରଣ କରିବେ।

ନବଯୌବନ ଦର୍ଶନ ପୂର୍ବରୁ ଶ୍ରୀବିଗ୍ରହ ମାନଙ୍କ ଶ୍ରୀଅଙ୍ଗରେ ଶେଷ ଦଫାରେ ବିଳମ୍ବିତ ରାତିରେ ଖଳି ଲାଗି କରାଯିବ। ଏହି ଖଳିକୁ ଶୁଦ୍ଧ ସୁଆର ମାନେ ନିଜ ବାସଭବନରେ ଶୁଦ୍ଧପୁତ ଭାବେ ପ୍ରସ୍ତୁତ କରିଥାନ୍ତି। ଖଳି ବିଜେ ପାଇଁ ଶ୍ରୀମନ୍ଦିରରୁ ଘଣ୍ଟ, ଛତା ସହ ଡକାରା ଯାଇଥାଏ। ବିଜେ କାହାଳୀ, ବଜୟନ୍ତ୍ରୀ, ଘଣ୍ଟଛତା ସହ ଶୋଭାଯାତ୍ରାରେ ମହାପ୍ରଭୁଙ୍କ ଶ୍ରୀଅଙ୍ଗ ଲାଗି ନିମନ୍ତେ ତିନି ଶୁଦ୍ଧ ସୁଆର ଅଧିବାସିତ ଖଳି ପ୍ରସାଦକୁ ଶ୍ରୀମନ୍ଦିରକୁ ବିଜେ କରାଇବେ। ଏହା ପୂର୍ବରୁ ଏହି ଖଳିକୁ ଶୁଦ୍ଧ ସୁଆରଙ୍କ ବାସଭବନରେ ଖଳି ହାଣ୍ଡିକୁ ମହିଳାମାନେ ବନ୍ଦାପନା କରିବେ। ବିଜେ କାହାଳିବାଜିବା ପରେ ବରକନ୍ଦାଜଙ୍କ ସୁରକ୍ଷା ବଳୟ ଭିତରେ ପ୍ରଭୁଙ୍କ ଶ୍ରୀଅଙ୍ଗ ଲାଗି ଖଳି ଶ୍ରୀମନ୍ଦିରକୁ ବିଜେ କରିବ। ଶୁଦ୍ଧ ସୁଆର ଖଳିପ୍ରସାଦକୁ ନେଇ ଦଇତାପତିଙ୍କୁ ହସ୍ତାନ୍ତର କରିବା ପରେ ବିଳମ୍ବିତ ରାତିରେ ଏହି ଖଳିକୁ ଶ୍ରୀବିଗ୍ରହଙ୍କୁ ଦଇତାପତି ମାନେ ଲାଗି କରିବେ। ଅନ୍ୟପଟେ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରାକୁ ଆଉ କେଇ ଦିନ ବାକି ଥିବାରୁ ଜୋରସୋରରେ ଆଗେଇ ଚାଲିଛି ରଥଯାତ୍ରା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ