Masthead

ଲୋକଙ୍କ ସହ ବସିଲେ ସୌମ୍ୟ, ଘେରିଲେ ଥାନା

ଘଷିପୁରା (ବଡ଼ ଖବର ବ୍ୟୁରୋ): ଲୋକଙ୍କ ସହ ବସିଲେ ସୌମ୍ୟ, ଘେରିଲେ ଥାନା । ଥାନା ଆଗରେ ଧାରଣାରେ ବସିଲେ ଘଷିପୁରାର ସ୍ୱାଧୀନ ବିଧାୟକ ପ୍ରାର୍ଥୀ ସୌମ୍ୟରଞ୍ଜନ ପଟ୍ଟନାୟକ । ପୁଲିସ ପକ୍ଷପାତିତା କରୁଥିବା ଅଭିଯୋଗରେ ନେଇ ରାମଚନ୍ଦ୍ରପୁର ଥାନା ସମ୍ମୁଖରେ ଶହ ଶହ ସମର୍ଥକଙ୍କ ସହ ଧାରଣାରେ ବସିଛନ୍ତି ସୌମ୍ୟ । ବିଜେଡି ବିଧାୟକ ପ୍ରାର୍ଥୀ ବଦ୍ରି ନାରାୟଣ ପାତ୍ରଙ୍କ ପ୍ରରୋଚନାରେ ପୁଲିସ ତାଙ୍କ ସମର୍ଥକଙ୍କୁ ଟାର୍ଗେଟ କରି ଗିରଫ କରୁଥିବାର ଅଭିଯୋଗ ଆଣିଛନ୍ତି ସୌମ୍ୟ ।

ଗତକାଲି ସୌମ୍ୟରଞ୍ଜନଙ୍କୁ ସମର୍ଥନ କରୁଥିବା ୮ ଜଣଙ୍କୁ ପୁଲିସ ଗିରଫ କରି କୋର୍ଟ ଚାଲାଣ କରିଛି । ଏହି ଗୋଟିଏ ଘଟଣା ନୁହେଁ, ପୂର୍ବରୁ ମଧ୍ୟ ପୁଲିସ ଏଭଳି କରିଥିବା କହିଛନ୍ତି ସୌମ୍ୟ । କୋର୍ଟଙ୍କ ରହିତାଦେଶ ସତ୍ୱେ ସମସ୍ତ ନିୟମକୁ ଜଳାଞ୍ଜଳୀ ଦେଇ ସ୍ଥାନୀୟ ପୁଲିସ ପକ୍ଷପାତିତା କରି ତାଙ୍କ ଲୋକଙ୍କୁ ଗିରଫ କରୁଥିବା କହିଛନ୍ତି ସୌମ୍ୟରଞ୍ଜନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ