Masthead

ଦିନ ଦ୍ୱିପ୍ରହରରେ ଲୁଟ

ଘସିପୁରା (ବଡ଼ ଖବର ବ୍ୟୁରୋ): ଘସିପୁରା ଥାନା ଜାତୀୟ ରାଜପଥ ୨୦ର ବେଲବାହାଳି ବାଇପାସ ନିକଟରେ ଗୁଳି ଫୁଟାଇ ଦମ୍ପତିଙ୍କ ନିକଟରୁ ଲୁଟ। ପୋଲିସର ତଦନ୍ତ ଜାରି। ସୂଚନା ଅନୁଯାୟୀ ଯାଜପୁର ଜିଲ୍ଲା କୋରେଇ ଥାନା ଜଳନ୍ଦା ଗାଁର ଦିଲ୍ଲୀପ ବାରିକ ନାମକ ଜଣେ ଯୁବକ ନିଜ ପତ୍ନୀ ଓ ଝିଅକୁ ନେଇ ଭାଣିଜୀ ବାହାଘର ନିମନ୍ତେ କେନ୍ଦୁଝର ଜିଲ୍ଲା ମଲିପଶି ଗାଁକୁ ଯାଇଥିଲେ।

ବାହାଘର ସାରି ନିଜ ଘରକୁ ଫେରୁଥିବା ସମୟରେ ବେଲବାହାଳି ନିକଟରେ ଏକ ବାଇକରେ ୩ ଜଣ ଦୁର୍ବୃତ୍ତ ସେମାନଙ୍କୁ ପିଛା କରିବା ସହିତ ଅଟକ ରଖି ଭୁଜାଲି ଦେଖାଇବା ସହିତ ବନ୍ଧୁକ ଖୋଲି ୩ ରାଉଣ୍ଡ ଫାଇରିଙ୍ଗ କରିଥିଲେ। ସେଠାରେ ସ୍ଥାନୀୟ ଲୋକ ପହଞ୍ଚି ଯିବାରୁ ମହିଳାଙ୍କ କାନଫୁଲ ନେଇ ଦୁର୍ବୃତ୍ତମାନେ ଫେରାର ହୋଇ ଯାଇଥିଲେ। ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ସୃଷ୍ଟି ହୋଇଥିବା ବେଳେ ପାରିପାର୍ଶ୍ଵିକ ସ୍ଥିତିକୁ ନେଇ ପୋଲିସ ତଦନ୍ତ ଆରମ୍ଭ କରିଛି। ଆନନ୍ଦପୁର ଅଞ୍ଚଳରେ ଏଭଳି ଅନେକ ଘଟଣା ଘଟୁଥିବା ବେଳେ ତୁରନ୍ତ ଚୋରଙ୍କୁ ଧରିବାକୁ ଦାବି ହେଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ