Masthead

ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଘଟଗାଁ ସଡକ ଦୁର୍ଘଟଣା । ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ଆଜି ଘଟଗାଁ ନିକଟରେ ଏକ ସଡକ ଦୁର୍ଘଟଣାରେ ୮ ଜଣ ବ୍ୟକ୍ତିଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ତିନି ଲକ୍ଷ ଟଙ୍କା ଅନୁକମ୍ପା ରାଶି ଘୋଷଣା କରିଛନ୍ତି । ମୃତକଙ୍କ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ଏହି ଦୁର୍ଘଟଣାରେ ଆହତ ୧୨ ଜଣଙ୍କୁ ମାଗଣାରେ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି । ମୃତାହତ ସମସ୍ତ ବ୍ୟକ୍ତି ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଅଂଚଳର ବୋଲି ଜଣାପଡିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ