Masthead

ଗଡ଼ିବ ବସ୍, କେସିଆରଙ୍କୁ ଧନ୍ୟବାଦ ଦେଲେ ଗିରିଧର

ଭୁବନେଶ୍ୱର(ବଡ଼ ଖବର ବୁ୍ୟରୋ): ଓଡ଼ିଶା ଓ ତେଲେଙ୍ଗାନା ମଧ୍ୟରେ ବସଚଳାଚଳ ପାଇଁ ଦୀର୍ଘଦିନରୁ ଦାବିହୋଇ ଆସୁଥିଲା । ପୂର୍ବତନ ମୁଖ୍ୟମନ୍ତ୍ରୀ ଗିରଧର ଗମାଙ୍ଗ ବିଆରଏସରେ ଯୋଗଦେବାର କିଛିଦିନ ମଧ୍ୟରେ ଦାବି ପୂରଣ ହୋଇଛି । ଅବିଭକ୍ତ କୋରାପୁଟ ଜିଲ୍ଲାକୁ ତେଲେଙ୍ଗାର ବିଭିନ୍ନ ଅଞ୍ଚଳ ମଧ୍ୟରେ ବସ ଚଳାଚଳ ପାଇଁ ଉଭୟ ସରକାର ସହମତି ପ୍ରକାଶ କରିଛନ୍ତି । ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମ ଓ ତେଲେଙ୍ଗାନା ରାଜ୍ୟ ସଡ଼କ ପରିବହନ ନିଗମ ମଧ୍ୟଷର ଚୁକ୍ତି ସ୍ୱାକ୍ଷରିତ ହୋଇଛି । ଏହି ଚୁକ୍ତି ଅନୁସାରେ କୋରାପୁଟ, ନବରଙ୍ଗପୁର ଏବଂ ରାୟଗଡ଼ା ଜିଲ୍ଲାକୁ ତେଲେଙ୍ଗାନାର ବିଭିନ୍ନ ଅଞ୍ଚଳକୁ ବସ ଚଳାଚଳ କରିବ । ଏଭଳି ତ୍ୱରିତ ପଦକ୍ଷେପ ପାଇଁ ଶ୍ରୀଯୁକ୍ତ ଗମାଙ୍ଗ ବିଆରଏସ ସଭାପତି ତଥା ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ ଚନ୍ଦ୍ରଶେଖର ରାଓଙ୍କୁ ଧନ୍ୟବାଦ ଦେଇଛନ୍ତି ।

ଓଡ଼ିଶାର ଲୋକଙ୍କୁ ଅନୁରୋଧକୁ ଗମ୍ଭୀରତାର ସହ ଗ୍ରହଣ କରିବାର ୧୦ଦିନ ମଧ୍ୟରେ ବସ ଚଳାଚଳ ପାଇଁ ଅନୁମତି ମିଳିଛି । ଏହା ଦ୍ୱାରା କୋରାପୁଟ, ନବରଙ୍ଗପୁର ଏବଂ ରାୟଗଡ଼ା ଜିଲ୍ଲାର ଜନସାଧାରଣ ଉପକୃତ ହୋଇପାରିବେ ବୋଲି ଶ୍ରୀ ଗମାଙ୍ଗ କହିଛନ୍ତି । ଏଣିକି ଜେପୋର – ହାଇଦ୍ରାବାଦ, ନବରଙ୍ଗପୁର – ହାଇଦ୍ରାବାଦ ଓ ରାୟଗଡ଼ା – କାମମ୍ ମଧ୍ୟରେ ୧୦ଟି ବସ୍ ଚଳାଚଳ କରିବ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ