Masthead

ଦନ୍ତା ନେଲା ଶିଶୁ କନ୍ୟା ଜୀବନ

କେନ୍ଦୁଝର (ବଡ଼ ଖବର ବ୍ୟୁରୋ): ଦନ୍ତା ନେଲା ଶିଶୁ କନ୍ୟା ଜୀବନ । କେନ୍ଦୁଝର ଜିଲ୍ଲା ଘଟଗାଁ ରେଞ୍ଜ ସାନ୍ତରାପୁର ମେଣ୍ଢାମୁଣ୍ଡି ସାହିରେ ହାତୀ ଆକ୍ରମଣରେ ଏକ ବର୍ଷର ଶିଶୁକନ୍ୟାର ମୃତ୍ୟୁ ଘଟିଛି । ମାଆ ଓ ବାପା ସହିତ ଅନ୍ୟ ଜଣେ ଶିଶୁ ଗୁରୁତର ଆହତ ହୋଇଛନ୍ତି। ଗ୍ରାମର ଡାକ ମୁଣ୍ଡା ,ପତ୍ନୀ ରଶ୍ମିତା ମୁଣ୍ଡା ଓ ଦୁଇ ଶିଶୁ କନ୍ୟାଙ୍କ ସହିତ ଗତକାଲି ରାତିରେ ଖାଇସାରି ଘରେ ଶୋଇଥିଲେ । ତେବେ ବିଳମ୍ବିତ ରାତିରେ ଗାଁ ମୁହାଁ ଦନ୍ତା ଆସି ଘରକୁ ଭାଙ୍ଗିଦେଇଥିଲା। ଘରର କାନ୍ଥରେ ଚାପି ହୋଇ ରହିଯାଇଥିଲେ ପରିବାରର ସମସ୍ତ ସଦସ୍ୟ ।

ସ୍ଥାନୀୟ ଲୋକେ ଖବର ପାଇ ସମସ୍ତଙ୍କୁ ଉଦ୍ଧାର କରି ବନବିଭାଗକୁ ଖବର ଦେଇଥିଲେ । ଖବରପାଇ ବନବିଭାଗ ସମସ୍ତଙ୍କୁ ଘଟଗାଁ ଡାକ୍ତରଖାନାରେ ଭର୍ତ୍ତି କରି ପ୍ରାଥମିକ ଚିକିତ୍ସା କରିଥିଲେ । ପରେ ଅବସ୍ଥା ଗୁରୁତର ହେବାରୁ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରିଥିଲେ । ଚିକିତ୍ସାଧୀନ ଅବସ୍ଥାରେ ଶିଶୁକନ୍ୟା ମାନସିଙ୍କ ମୃତ୍ୟୁ ଘଟିଛି। ଗୁରୁତର ଅନ୍ୟ ତିନିଜଣ କେନ୍ଦୁଝର ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି । ଘଟଣାସ୍ଥଳରେ ବନବିଭାଗ ତଦନ୍ତ ଜାରି ରଖିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା