ଦନ୍ତା ନେଲା ଶିଶୁ କନ୍ୟା ଜୀବନ

କେନ୍ଦୁଝର (ବଡ଼ ଖବର ବ୍ୟୁରୋ): ଦନ୍ତା ନେଲା ଶିଶୁ କନ୍ୟା ଜୀବନ । କେନ୍ଦୁଝର ଜିଲ୍ଲା ଘଟଗାଁ ରେଞ୍ଜ ସାନ୍ତରାପୁର ମେଣ୍ଢାମୁଣ୍ଡି ସାହିରେ ହାତୀ ଆକ୍ରମଣରେ ଏକ ବର୍ଷର ଶିଶୁକନ୍ୟାର ମୃତ୍ୟୁ ଘଟିଛି । ମାଆ ଓ ବାପା ସହିତ ଅନ୍ୟ ଜଣେ ଶିଶୁ ଗୁରୁତର ଆହତ ହୋଇଛନ୍ତି। ଗ୍ରାମର ଡାକ ମୁଣ୍ଡା ,ପତ୍ନୀ ରଶ୍ମିତା ମୁଣ୍ଡା ଓ ଦୁଇ ଶିଶୁ କନ୍ୟାଙ୍କ ସହିତ ଗତକାଲି ରାତିରେ ଖାଇସାରି ଘରେ ଶୋଇଥିଲେ । ତେବେ ବିଳମ୍ବିତ ରାତିରେ ଗାଁ ମୁହାଁ ଦନ୍ତା ଆସି ଘରକୁ ଭାଙ୍ଗିଦେଇଥିଲା। ଘରର କାନ୍ଥରେ ଚାପି ହୋଇ ରହିଯାଇଥିଲେ ପରିବାରର ସମସ୍ତ ସଦସ୍ୟ ।

ସ୍ଥାନୀୟ ଲୋକେ ଖବର ପାଇ ସମସ୍ତଙ୍କୁ ଉଦ୍ଧାର କରି ବନବିଭାଗକୁ ଖବର ଦେଇଥିଲେ । ଖବରପାଇ ବନବିଭାଗ ସମସ୍ତଙ୍କୁ ଘଟଗାଁ ଡାକ୍ତରଖାନାରେ ଭର୍ତ୍ତି କରି ପ୍ରାଥମିକ ଚିକିତ୍ସା କରିଥିଲେ । ପରେ ଅବସ୍ଥା ଗୁରୁତର ହେବାରୁ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରିଥିଲେ । ଚିକିତ୍ସାଧୀନ ଅବସ୍ଥାରେ ଶିଶୁକନ୍ୟା ମାନସିଙ୍କ ମୃତ୍ୟୁ ଘଟିଛି। ଗୁରୁତର ଅନ୍ୟ ତିନିଜଣ କେନ୍ଦୁଝର ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି । ଘଟଣାସ୍ଥଳରେ ବନବିଭାଗ ତଦନ୍ତ ଜାରି ରଖିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’