Masthead

ଆଜି ନୀଳାଦ୍ରି ବିଜେ: ମାନଭଂଜନ ପାଇଁ ମା’ ଲକ୍ଷ୍ମୀଙ୍କୁ ରସଗୋଲା ଖୁଆଇବେ କାଳିଆ ସାଆନ୍ତ

ପୁରୀ (ବଡ଼ ଖବର ବ୍ୟୁରୋ): ସରିଲା ତିନିଠାକରୁଙ୍କ ଲୀଳାଖେଳା । ଆଜି ନୀଳକନ୍ଦରକୁ ଯିବେ ନୀଳାଦ୍ରିନାଥ । ପରମ୍ପରା ଅନୁଯାୟୀ ରଥ ଉପରେ ସୁନାବେଶ, ଅଧରପଣା ଭୋଗର ପରଦିନ ଶ୍ରୀବିଗ୍ରହମାନେ ଗୋଟି ପହଣ୍ଡିରେ ବିଜେ କରି ରତ୍ନ ସିଂହାସନରେ ଅଧିଷ୍ଠିତ ହେବେ। ପବିତ୍ର ନିଳାଦ୍ରିବିଜେପାଇଁ ଶ୍ରୀମନ୍ଦିର ପ୍ରଶାସନ ତରଫରୁ ବ୍ୟବସ୍ଥା କରାଯାଇଛି। ବଡ଼ଦାଣ୍ଡ ଛାଡ଼ି ଗୋଟି ପହଣ୍ଡିରେ ବଡ଼ଦେଉଳକୁ ଯିବେ ଶ୍ରୀଜିଉ । ମାନଭଂଜନ ପାଇଁ ମା’ ଲକ୍ଷ୍ମୀଙ୍କୁ ରସଗୋଲା ଖୁଆଇବେ କାଳିଆ ସାଆନ୍ତ । ଏହି ପରମ୍ପରା ଅନେକ ବର୍ଷ ଧରି ହୋଇଆସୁଛି । ରଥ ଉପରେ ଠାକୁରମାଙ୍କର ସନ୍ଧ୍ୟା ଧୂପ ନୀତି ସରିବା ପରେ ପ୍ରତି ରଥରେ ଚାରମାଳ ବନ୍ଧା ଯିବ । ପ୍ରଥମେ ବିଜେ କାହାଳି ବାଜିବା ପରେ ବନ୍ଦାପନା ଓ ଡୋରି ଲାଗି ନୀତି ହେବ । ପୁଷ୍ପାଳକ ମହାଜନମାନେ ସର୍ବପ୍ରଥମେ ମଦନମୋହନ ଓ ରାମକୃଷ୍ଣ ବିଗ୍ରହଙ୍କୁ ଧରି ଦକ୍ଷିଣି ଘରକୁ ବିଜେ କରିବେ ।

ତା’ପରେ ଗୋଟି ପହଣ୍ଡି କ୍ରମରେ ସୁଦର୍ଶନ, ବଳଭଦ୍ର, ସୁଭଦ୍ରାଙ୍କ ପହଣ୍ଡି ହୋଇ ଗମ୍ଭୀରାକୁ ବିଜେ କରିବେ । ଶ୍ରୀଗୁଣ୍ଡିଚା ଦିନ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଧାଡ଼ି ପହଣ୍ଡିରେ ରଥକୁ ଅଣାଯାଉଥିବା ବେଳେ ନୀଳାଦ୍ରି ବିଜେରେ ଗୋଟି ପହଣ୍ଡି ହୋଇ ଶ୍ରୀବିଗ୍ରହମାନେ ରତ୍ନ ସିଂହାସନକୁ ଫେରିଥାନ୍ତି। ନୀଳାଦ୍ରି ବିଜେ ଅବସରରେ ଶ୍ରୀକ୍ଷେତ୍ରରେ ଦେଖିବାକୁ ମିଳିଥାଏ ମହାପ୍ରଭୁଙ୍କ ମାନବୀୟ ଲୀଳା ଖେଳାର ଏକ ଅନନ୍ୟ ନିଦର୍ଶନ। ପତ୍ନୀଙ୍କୁ ସାଥିରେ ନ ନେଇ ରଥଯାତ୍ରାରେ ଯାଇଥିବାରୁ ମହାପ୍ରଭୁଙ୍କ ଉପରେ ଅଭିମାନ କରିଥାନ୍ତି ମହାଲଷ୍ମୀ। ତେଣୁ କାଳିଆ ସାଆନ୍ତ ବଡ଼ ଦେଉଳ ଭିତରକୁ ପ୍ରବେଶ କଲାବେଳେ ମହାଲଷ୍ମୀ ବାଧା ଦେଇଥାନ୍ତି। ମହାପ୍ରଭୁ ସିଂହଦ୍ୱାର ନିକଟରେ ପହଞ୍ଚିବା ବେଳେ ରାଗରେ ମାତା ଲକ୍ଷ୍ମୀ ଦ୍ୱାର ବନ୍ଦ କରିଦିଅନ୍ତି । ରାଗରେ ଜର୍ଜରିତ ମହାଲଷ୍ମୀଙ୍କ ମାନଭଞ୍ଜନ ଲାଗି ମହାପ୍ରଭୁ ସାଙ୍ଗରେ ରସଗୋଲା ଆଣିଥାନ୍ତି। ଏହି ରସଗୋଲା ଭୋଗ ହେବା ପରେ ମହାପ୍ରଭୁଙ୍କ ରତ୍ନ ସିଂହାସନ ବିଜେ ପାଇଁ ସିଂହଦ୍ଵାର ଖୋଲିଥାଆନ୍ତି ମହାଲକ୍ଷ୍ମୀ ।କାଲିଠୁ ରତ୍ନସିଂହାସନରେ ନୀତିକାନ୍ତି, ଭକ୍ତଙ୍କୁ ମିଳିବ ଅବଢ଼ା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ