Masthead

ଆଶା ଓ ଏଏନଏମଙ୍କ ପାଇଁ ଖୁସି ଖବର, ପ୍ରୋତ୍ସାହନ ରାଶି କେତେ ପାଇବେ ଜାଣନ୍ତି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ)ଆସନ୍ତା ମଇ ୨୪ ତାରିଖରୁ ୩ ମାସ ପାଇଁ ସାରା ରାଜ୍ୟରେ ଆଶା ଓ ଏଏନ୍ଏମମାନେ ଘରକୁ ଘର ବୁଲି କୋଭିଡ ଲକ୍ଷଣ ଓ ଜଟିଳ ରୋଗ ସଂପର୍କରେ ସର୍ଭେ କରିବେ । ଏଥିପାଇଁ ସେମାନଙ୍କୁ ୩ ମାସ ପାଇଁ ମାସିକ ୧୦୦୦ ଟଙ୍କା ଲେଖାଏଁ ପ୍ରୋତ୍ସାହନ ରାଶି ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ।

ପ୍ରତି ଗାରେ ଥିବା ଗାଁ କଲ୍ୟାଣ ସମିତି ମାନଙ୍କୁ ମଧ୍ୟ କୋଭିଡ ନିୟନ୍ତ୍ରଣ ପାଇଁ ୧୦ ହଜାର ଟଙ୍କା ସହାୟତା ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ । ସେହିପରି ଗୃହ ସଂଗରୋଧ ତଦାରଖ ଦାୟିତ୍ବରେ ଥିବା ଆଶାକର୍ମୀମାନଙ୍କୁ ମଧ୍ୟ ବାଇସାଇକେଲ, ଚପଲ, ଛତା, ଟର୍ଚ୍ଚ ଓ କପ୍‌ବୋର୍ଡ ଆଦି ପାଇଁ ଏକକାଳୀନ ୧୦ ହଜାର ଟଙ୍କା ସହାୟତା ଦିଆଯିବ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଲକ୍‌ଡାଉନ କାର୍ଯ୍ୟକାରୀ କରିବା ଏବଂ ଗାଁର ଆବଶ୍ୟକତାକୁ ଦେଖି ଗାଁରେ ଟିଏମସି ଖୋଲିବା ବିଷୟ ନେଇ ସରପଞ୍ଚମାନେ ସେମାନଙ୍କର ଜିଲ୍ଲାପାଳ କ୍ଷମତା ପ୍ରୟୋଗ କରିପାରିବେ । ଗତବର୍ଷ ତୁଳନାରେ ଏ ବର୍ଷ ଅନ୍ୟ ରାଜ୍ୟକୁ ଫେରୁଥିବା ଲୋକଙ୍କ ସଂଖ୍ୟା କମ୍‌ ଥିଲେ ମଧ୍ୟ ସରକାର ଜୋନାଲ ଟିଏମସି ଆରମ୍ଭ କରି ସାରିଛନ୍ତି।

କୋଭିଡ ଯୋଗୁ ଅନେକ ପରିବାରର ଆତ୍ମୀୟସ୍ବଜନଙ୍କ ଅସମୟରେ ବିୟୋଗ ଘଟିଥିବାରୁ ମୁଖ୍ୟମନ୍ତ୍ରୀ ଗଭୀର ଉଦ୍‌ବେଗ ପ୍ରକାଶ କରିବା ସହିତ ସେମାନଙ୍କ ପରିବାରର ଏହି ଦୁଃଖ ସମୟରେ ସରକାର ସେମାନଙ୍କ ସହିତ ରହିଛନ୍ତି ବୋଲି ସାହସ ଦେଇ ଥିଲେ । କୋଭିଡ ମୃତକଙ୍କ ପରିବାରର ବିଧବା ଓ ବାପା ମା ଙ୍କୁ ହରାଇ ଥିବା ପିଲା ମାନଙ୍କୁ ମଧୁବାବୁ ପେନ୍‌ସନ୍‌ ଯୋଜନାରେ ଅନ୍ତର୍ଭୁକ୍ତ କରାଯିବା ସହିତ ପିଲାମାନଙ୍କ ପାଇଁ ମାଗଣା ଶିକ୍ଷା ବ୍ୟବସ୍ଥା କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଗଦୀପ ଧନକରଙ୍କ ସୁସ୍ଥତା କାମନା କଲେ ପ୍ରଧାନମନ୍ତ୍ରୀ 🔴 ଓଡ଼ିଶା ବନ୍ଦ ଆନ୍ଦୋଳନ, କଂଗ୍ରେସ ଓ ବିଜେଡିକୁ ନୋଟିସ 🔴 ମାଲକାନଗିରି ନାବାଳିକାଙ୍କୁ ଦୁଷ୍କର୍ମ ମାମଲା, ଦୁଷ୍କର୍ମ ନୁହେଁ ଗଣଦୁଷ୍କର୍ମ 🔴 ଦିଲ୍ଲୀ ଗଲେ ମନମୋହନ, ମନ୍ତ୍ରିମଣ୍ଡଳ ଲିଷ୍ଟ ଫାଇନାଲ! 🔴 ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା, ତଦନ୍ତ ପାଇଁ ୩ ଜଣିଆ ଟିମ୍ ଗଠନ 🔴 ପୁଣି ଲଜ୍ଜା, ମାଲକାନଗିରିରେ ନାବାଳିକାଙ୍କୁ ଦୁଷ୍କର୍ମ 🔴 ୨୩ରୁ ପ୍ରବଳ ବର୍ଷା! 🔴 ବାଂଲାଦେଶରେ ଭୟଙ୍କର ବିମାନ ଦୁର୍ଘଟଣା 🔴 ମାଓବାଦୀଙ୍କ ବର୍ବରକାଣ୍ଡ, ୨ ଗ୍ରାମବାସୀଙ୍କୁ ନିର୍ମମ ହତ୍ୟା 🔴 ଡିଏଫ୍ଓ ବାବୁଙ୍କ ବେଶୀ ନୁହେଁ ମାତ୍ର ୧୧୫ ପ୍ଲଟ 🔴 ଜଗଦୀପ ଧନକରଙ୍କ ସୁସ୍ଥତା କାମନା କଲେ ପ୍ରଧାନମନ୍ତ୍ରୀ 🔴 ଓଡ଼ିଶା ବନ୍ଦ ଆନ୍ଦୋଳନ, କଂଗ୍ରେସ ଓ ବିଜେଡିକୁ ନୋଟିସ 🔴 ମାଲକାନଗିରି ନାବାଳିକାଙ୍କୁ ଦୁଷ୍କର୍ମ ମାମଲା, ଦୁଷ୍କର୍ମ ନୁହେଁ ଗଣଦୁଷ୍କର୍ମ 🔴 ଦିଲ୍ଲୀ ଗଲେ ମନମୋହନ, ମନ୍ତ୍ରିମଣ୍ଡଳ ଲିଷ୍ଟ ଫାଇନାଲ! 🔴 ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା, ତଦନ୍ତ ପାଇଁ ୩ ଜଣିଆ ଟିମ୍ ଗଠନ 🔴 ପୁଣି ଲଜ୍ଜା, ମାଲକାନଗିରିରେ ନାବାଳିକାଙ୍କୁ ଦୁଷ୍କର୍ମ 🔴 ୨୩ରୁ ପ୍ରବଳ ବର୍ଷା! 🔴 ବାଂଲାଦେଶରେ ଭୟଙ୍କର ବିମାନ ଦୁର୍ଘଟଣା 🔴 ମାଓବାଦୀଙ୍କ ବର୍ବରକାଣ୍ଡ, ୨ ଗ୍ରାମବାସୀଙ୍କୁ ନିର୍ମମ ହତ୍ୟା 🔴 ଡିଏଫ୍ଓ ବାବୁଙ୍କ ବେଶୀ ନୁହେଁ ମାତ୍ର ୧୧୫ ପ୍ଲଟ