Masthead

ଆଶା ଓ ଏଏନଏମଙ୍କ ପାଇଁ ଖୁସି ଖବର, ପ୍ରୋତ୍ସାହନ ରାଶି କେତେ ପାଇବେ ଜାଣନ୍ତି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ)ଆସନ୍ତା ମଇ ୨୪ ତାରିଖରୁ ୩ ମାସ ପାଇଁ ସାରା ରାଜ୍ୟରେ ଆଶା ଓ ଏଏନ୍ଏମମାନେ ଘରକୁ ଘର ବୁଲି କୋଭିଡ ଲକ୍ଷଣ ଓ ଜଟିଳ ରୋଗ ସଂପର୍କରେ ସର୍ଭେ କରିବେ । ଏଥିପାଇଁ ସେମାନଙ୍କୁ ୩ ମାସ ପାଇଁ ମାସିକ ୧୦୦୦ ଟଙ୍କା ଲେଖାଏଁ ପ୍ରୋତ୍ସାହନ ରାଶି ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ।

ପ୍ରତି ଗାରେ ଥିବା ଗାଁ କଲ୍ୟାଣ ସମିତି ମାନଙ୍କୁ ମଧ୍ୟ କୋଭିଡ ନିୟନ୍ତ୍ରଣ ପାଇଁ ୧୦ ହଜାର ଟଙ୍କା ସହାୟତା ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ । ସେହିପରି ଗୃହ ସଂଗରୋଧ ତଦାରଖ ଦାୟିତ୍ବରେ ଥିବା ଆଶାକର୍ମୀମାନଙ୍କୁ ମଧ୍ୟ ବାଇସାଇକେଲ, ଚପଲ, ଛତା, ଟର୍ଚ୍ଚ ଓ କପ୍‌ବୋର୍ଡ ଆଦି ପାଇଁ ଏକକାଳୀନ ୧୦ ହଜାର ଟଙ୍କା ସହାୟତା ଦିଆଯିବ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଲକ୍‌ଡାଉନ କାର୍ଯ୍ୟକାରୀ କରିବା ଏବଂ ଗାଁର ଆବଶ୍ୟକତାକୁ ଦେଖି ଗାଁରେ ଟିଏମସି ଖୋଲିବା ବିଷୟ ନେଇ ସରପଞ୍ଚମାନେ ସେମାନଙ୍କର ଜିଲ୍ଲାପାଳ କ୍ଷମତା ପ୍ରୟୋଗ କରିପାରିବେ । ଗତବର୍ଷ ତୁଳନାରେ ଏ ବର୍ଷ ଅନ୍ୟ ରାଜ୍ୟକୁ ଫେରୁଥିବା ଲୋକଙ୍କ ସଂଖ୍ୟା କମ୍‌ ଥିଲେ ମଧ୍ୟ ସରକାର ଜୋନାଲ ଟିଏମସି ଆରମ୍ଭ କରି ସାରିଛନ୍ତି।

କୋଭିଡ ଯୋଗୁ ଅନେକ ପରିବାରର ଆତ୍ମୀୟସ୍ବଜନଙ୍କ ଅସମୟରେ ବିୟୋଗ ଘଟିଥିବାରୁ ମୁଖ୍ୟମନ୍ତ୍ରୀ ଗଭୀର ଉଦ୍‌ବେଗ ପ୍ରକାଶ କରିବା ସହିତ ସେମାନଙ୍କ ପରିବାରର ଏହି ଦୁଃଖ ସମୟରେ ସରକାର ସେମାନଙ୍କ ସହିତ ରହିଛନ୍ତି ବୋଲି ସାହସ ଦେଇ ଥିଲେ । କୋଭିଡ ମୃତକଙ୍କ ପରିବାରର ବିଧବା ଓ ବାପା ମା ଙ୍କୁ ହରାଇ ଥିବା ପିଲା ମାନଙ୍କୁ ମଧୁବାବୁ ପେନ୍‌ସନ୍‌ ଯୋଜନାରେ ଅନ୍ତର୍ଭୁକ୍ତ କରାଯିବା ସହିତ ପିଲାମାନଙ୍କ ପାଇଁ ମାଗଣା ଶିକ୍ଷା ବ୍ୟବସ୍ଥା କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ