Masthead

ହଳ କଲେ ଧାନ ବୁଣିଲେ, କଷାନଙ୍କ ମୁହଁରେ ହସ ଫୁଟାଇଲେ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ପବିତ୍ର ଅକ୍ଷୟ ତୃତୀୟରେ ମୁଖ୍ୟମନ୍ତ୍ରୀଙ୍କ ଅଖିମୁଠି ଅନୁକୂଳ । ଭୁବନେଶ୍ୱର ଓୟୁଏଟି ଫାର୍ମରେ ମୁଖ୍ୟମନ୍ତ୍ରୀ ହଳ କରି ଧାନ ବୁଣିଛନ୍ତି। ଲଙ୍ଗଳ ଧରି ହଳ କଲେ, ଚାଷୀ ଭଳି ବିହନ ବୁଣିଲେ ମୁଖ୍ୟମନ୍ତ୍ରୀ । ସରକାରଙ୍କ ପକ୍ଷରୁ ଆୟୋଜିତ ରାଜ୍ୟ ସ୍ତରୀୟ କୃଷକ ଦିବସ ଉତ୍ସବ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

ସେପଟେ ପବିତ୍ର ଅକ୍ଷୟ ତୃତୀୟା ଅବସରରେ ରାଜ୍ୟ ସ୍ତରୀୟ କୃଷକ ଦିବସ ଉତ୍ସବ ପାଳନ ଅବସର‌ରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସିଏମ କିଷାନର ସହାୟତା ରାଶି ଚାଷୀଙ୍କୁ ପ୍ରଦାନ କରିଛନ୍ତି । ୫୦ ଲକ୍ଷରୁ ଊର୍ଦ୍ଧ୍ବ ଚାଷୀଙ୍କୁ ୧ ହଜାର କୋଟି ଟଙ୍କାର ସହାୟତା ରାଶି ବାଣ୍ଟିଛନ୍ତି ମୁଖ୍ୟମନ୍ତ୍ରୀ । ଭୁବନେଶ୍ୱର ଓୟୁଏଟିର ଶୈକ୍ଷିକ କୃଷି ଫାର୍ମ ଠାରେ ରାଜ୍ୟ ସରକାରଙ୍କ ପକ୍ଷରୁ ଆୟୋଜିତ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦବୋଧନ ଦେଇ କହିଛନ୍ତି , ସରକାର ସବୁ ବେଳେ ଚାଷୀଙ୍କ ହିତସାଧନ ଲାଗି ପ୍ରୟାସରତ ।

ଅକ୍ଷୟ ତୃତୀୟା ଉପଲକ୍ଷେ ଅଖି ମୁଠି ଅନୁକୂଳ କରିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନାମମାତ୍ର, କ୍ଷୁଦ୍ର ଏବଂ ଭୂମିହୀନ ଚାଷୀଙ୍କ ଖାତାକୁ ସିଏମ କିଷାନ ଟଙ୍କା ପଠାଇଛନ୍ତି । ଏକ ହଜାର କୋଟିରୁ ଊର୍ଦ୍ଧ୍ବ ଟଙ୍କା ଚାଷୀଙ୍କ ଆକାଉଣ୍ଟକୁ ଯାଇଛି । ଗୋଟିଏ କ୍ଲିକରେ ୫୦ ଲକ୍ଷ ୧୬ ହଜାର ଚାଷୀଙ୍କ ଆକାଉଣ୍ଟକୁ ଗଲା ୧୦୨୫ କୋଟି ଟଙ୍କା । ଚଳିତ ଥର ପ୍ରଥମ ଥର ପାଇଁ ୨୫ ହଜାର ସହରାଞ୍ଚଳ ଚାଷୀଙ୍କୁ ସିଏମ କିସାନରେ ସାମିଲ କରିଛନ୍ତି ସରକାର । ୧ ହଜାର କୋଟିରୁ ଅଧିକ ଟଙ୍କା ଚାଷୀଙ୍କ ଖାତାକୁ ପଠାଗଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ