Masthead

ହଳ କଲେ ଧାନ ବୁଣିଲେ, କଷାନଙ୍କ ମୁହଁରେ ହସ ଫୁଟାଇଲେ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ପବିତ୍ର ଅକ୍ଷୟ ତୃତୀୟରେ ମୁଖ୍ୟମନ୍ତ୍ରୀଙ୍କ ଅଖିମୁଠି ଅନୁକୂଳ । ଭୁବନେଶ୍ୱର ଓୟୁଏଟି ଫାର୍ମରେ ମୁଖ୍ୟମନ୍ତ୍ରୀ ହଳ କରି ଧାନ ବୁଣିଛନ୍ତି। ଲଙ୍ଗଳ ଧରି ହଳ କଲେ, ଚାଷୀ ଭଳି ବିହନ ବୁଣିଲେ ମୁଖ୍ୟମନ୍ତ୍ରୀ । ସରକାରଙ୍କ ପକ୍ଷରୁ ଆୟୋଜିତ ରାଜ୍ୟ ସ୍ତରୀୟ କୃଷକ ଦିବସ ଉତ୍ସବ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

ସେପଟେ ପବିତ୍ର ଅକ୍ଷୟ ତୃତୀୟା ଅବସରରେ ରାଜ୍ୟ ସ୍ତରୀୟ କୃଷକ ଦିବସ ଉତ୍ସବ ପାଳନ ଅବସର‌ରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସିଏମ କିଷାନର ସହାୟତା ରାଶି ଚାଷୀଙ୍କୁ ପ୍ରଦାନ କରିଛନ୍ତି । ୫୦ ଲକ୍ଷରୁ ଊର୍ଦ୍ଧ୍ବ ଚାଷୀଙ୍କୁ ୧ ହଜାର କୋଟି ଟଙ୍କାର ସହାୟତା ରାଶି ବାଣ୍ଟିଛନ୍ତି ମୁଖ୍ୟମନ୍ତ୍ରୀ । ଭୁବନେଶ୍ୱର ଓୟୁଏଟିର ଶୈକ୍ଷିକ କୃଷି ଫାର୍ମ ଠାରେ ରାଜ୍ୟ ସରକାରଙ୍କ ପକ୍ଷରୁ ଆୟୋଜିତ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦବୋଧନ ଦେଇ କହିଛନ୍ତି , ସରକାର ସବୁ ବେଳେ ଚାଷୀଙ୍କ ହିତସାଧନ ଲାଗି ପ୍ରୟାସରତ ।

ଅକ୍ଷୟ ତୃତୀୟା ଉପଲକ୍ଷେ ଅଖି ମୁଠି ଅନୁକୂଳ କରିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନାମମାତ୍ର, କ୍ଷୁଦ୍ର ଏବଂ ଭୂମିହୀନ ଚାଷୀଙ୍କ ଖାତାକୁ ସିଏମ କିଷାନ ଟଙ୍କା ପଠାଇଛନ୍ତି । ଏକ ହଜାର କୋଟିରୁ ଊର୍ଦ୍ଧ୍ବ ଟଙ୍କା ଚାଷୀଙ୍କ ଆକାଉଣ୍ଟକୁ ଯାଇଛି । ଗୋଟିଏ କ୍ଲିକରେ ୫୦ ଲକ୍ଷ ୧୬ ହଜାର ଚାଷୀଙ୍କ ଆକାଉଣ୍ଟକୁ ଗଲା ୧୦୨୫ କୋଟି ଟଙ୍କା । ଚଳିତ ଥର ପ୍ରଥମ ଥର ପାଇଁ ୨୫ ହଜାର ସହରାଞ୍ଚଳ ଚାଷୀଙ୍କୁ ସିଏମ କିସାନରେ ସାମିଲ କରିଛନ୍ତି ସରକାର । ୧ ହଜାର କୋଟିରୁ ଅଧିକ ଟଙ୍କା ଚାଷୀଙ୍କ ଖାତାକୁ ପଠାଗଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ