Before Header

ସରକାରୀ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର

0 163

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ସରକାରୀ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର । ସରକାରୀ ହାଇସ୍କୁଲରେ ପଢୁଥିବା ଛାତ୍ରଛାତ୍ରୀଙ୍କ ପାଇଁ ମେଡିକାଲ ଓ ଇଞ୍ଜନିୟରିଂ ପାଠ୍ୟକ୍ରମରେ ୧୫ ପ୍ରତିଶତ ସଂରକ୍ଷଣ ବ୍ୟବସ୍ଥା ନେଇ ବିଧାନସଭାରେ ସଂକଳ୍ପ ଆଣିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନାମଲେଖା ସମୟରେ ଏହି ସଂରକ୍ଷଣ ବ୍ୟବସ୍ଥା ପାଇପାରିବେ ସରକାରୀ ସ୍କୁଲର ଛାତ୍ରଛାତ୍ରୀ ।

ନବୀନ ପଟ୍ଟନାୟକ ବିଧାନସଭାରେ ଏହି ସଂକଳ୍ପ ଆଣିଥିବା ବେଳେ ସର୍ବସମ୍ମତି କ୍ରମେ ଏହା ପାରିତ ହୋଇଥିବା କହିଛନ୍ତି ବିଜେଡି ବିଧାୟକ ଦେବୀ ପ୍ରସାଦ ମିଶ୍ର । ସରକାରଙ୍କ ଏଭଳି ନିଷ୍ପତି ଗ୍ରାମଞ୍ଚଳର ଛାତ୍ରଛାତ୍ରୀଙ୍କ ପାଇଁ ବେଶ ଲାଭଦାୟକ ରହିବ । ଗ୍ରାମାଞ୍ଚଳରେ ଇଞ୍ଜନିୟରିଂ ଓ ମେଡିକାଲ ପଢିବାକୁ ଚାହୁଁଥିବା ମେଧାବୀ ଛାତ୍ରଛାତ୍ରୀଙ୍କ ପାଇଁ ସରକାରଙ୍କ ଏହି ନିଷ୍ପତି ବେଶ ସହାୟକ ହେବ ବୋଲି କହିଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ।

Leave A Reply

Your email address will not be published.