Masthead

ମଧୁବାବୁ ପେନସନ ଯୋଜନା ହିତାଧିକାରୀଙ୍କ ପାଇଁ ଖୁସି ଖବର

ଭୁବନେଶ୍ବର(ବଡ଼ ଖବର ବ୍ୟୁରୋ): ମଧୁବାବୁ ପେନସନ ଯୋଜନାର ହିତାଧିକାରୀଙ୍କ ପାଇଁ ସରକାର ଦେଲେ ଭେଟି। ଯୋଜନାରେ ମାସିକ ପେନସନ ରାଶିରେ ୫୦୦ ଟଙ୍କା ବୃଦ୍ଧି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏଣିକି ମଧୁବାବୁ ପେନସନ ଯୋଜନାରେ ହିତାଧିକାରୀମାନେ ସର୍ବନିମ୍ନ ପେନସନ ରାଶି ୧୦୦୦ ଟଙ୍କା ପାଇବେ।

ଏହି ବର୍ଦ୍ଧିତ ପେନସନ ଚଳିତ ଫେବୃଆରୀ ମାସରୁ ଲାଗୁ ହେବ। ପୂର୍ବରୁ ଏହି ଯୋଜନାରେ ହିତାଧିକାରୀମାନେ ଯଥାକ୍ରମେ ୫୦୦, ୭୦୦ ଓ ୯୦୦ ଟଙ୍କା ପାଉଥିଲେ । ବର୍ଦ୍ଧିତ ପେନସନ ଅନୁଯାୟୀ ସେମାନେ ଏବେ ଯଥାକ୍ରମେ ୧୦୦୦, ୧୨୦୦ ଓ ୧୪୦୦ ଟଙ୍କା ପାଇବେ। ଏହି ବର୍ଦ୍ଧିତ ପେନସନ ପାଇଁ ରାଜ୍ୟ ସରକାର ବାର୍ଷିକ ୩୬୮୩ କୋଟି ଟଙ୍କା ଖର୍ଚ୍ଚ କରିବେ।

ନିକଟରେ ମୁଖ୍ୟମନ୍ତ୍ରୀ ମଧୁବାବୁ ପେନସନ ଯୋଜନାର ହିତାଧିକାରୀମାନଙ୍କ ସଂଖ୍ୟା ବୃଦ୍ଧି କରିଥିଲେ। ଗତ ବର୍ଷ ଅଗଷ୍ଟରେ ୪.୧୩ ଲକ୍ଷ ବୃଦ୍ଧି ପାଇଥିଲା ଏବଂ ଏବେ ଆଉ ୪ ଲକ୍ଷ ଅନ୍ତର୍ଭୁକ୍ତ ହେବା ପରେ ବର୍ତ୍ତମାନ ସମୁଦାୟ ୩୬.୭୫ ଲକ୍ଷ ହିତାଧିକାରୀ ଏହି ଯୋଜନାର ଲାଭ ପାଉଛନ୍ତି। ସୂଚନାଯୋଗ୍ୟ ଯେ ରାଜ୍ୟ ସରକାର ବିଭିନ୍ନ ବର୍ଗର ଲୋକଙ୍କ ପାଇଁ ସାମାଜିକ ସୁରକ୍ଷା ପେନସନ ବ୍ୟବସ୍ଥା କରିଛନ୍ତି।

ଏଥିରେ ବରିଷ୍ଠ ନାଗରିକ, ବିଧବା, ଭିନ୍ନକ୍ଷମ, ଅବିବାହିତା ମହିଳା, ସୁସ୍ଥ ହୋଇଥିବା କୁଷ୍ଠ ରୋଗୀ, ଓଡିଶା ରାଜ୍ୟ ଏଡ୍‌ସ ସେଲ ଦ୍ୱାରା ଚିହ୍ନଟକୃତ ଏଡ୍‌ସ ରୋଗୀ, ଛାଡ଼ପତ୍ର ପାଇଥିବା ମହିଳା, ଟ୍ରାନ୍ସଜେଣ୍ଡର, କୋଭିଡ ଦ୍ୱାରା ହୋଇଥିବା ଅନାଥ ପିଲା ଓ ବିଧବାଙ୍କ ସହିତ ଅନ୍ୟାନ୍ୟ ଦୁର୍ବଳ ଶ୍ରେଣୀର ବ୍ୟକ୍ତିଙ୍କୁ ସାମିଲ କରାଯାଇଛି। ଏଥି ସହିତ ଜାତୀୟ ସାମାଜିକ ସହାୟତା କାର୍ଯ୍ୟକ୍ରମ ହିତାଧିକାରୀମାନଙ୍କୁ ମଧ୍ୟ ରାଜ୍ୟ ସରକାର ଅତିରିକ୍ତ ସହାୟତା ଦେଉଛନ୍ତି। ଏହି ଯୋଜନାରେ ଛୋଟ ପିଲା ଠାରୁ ୭୯ ବର୍ଷ ପର୍ଯ୍ୟନ୍ତ ହିତାଧିକାରୀମାନେ ମାସକୁ ୫୦୦ ଟଙ୍କା ପାଇଥା’ନ୍ତି। ୮୦ ବର୍ଷ ବା ଅଧିକ ବୟସର ଲୋକ ମାସକୁ ୭୦୦ ଟଙ୍କା ପାଆନ୍ତି।

ଭିନ୍ନକ୍ଷମ ବ୍ୟକ୍ତିଙ୍କ କ୍ଷେତ୍ରରେ ୪୦ ରୁ ୫୯ ପ୍ରତିଶତ ଅକ୍ଷମତା ଥିବା ଲୋକ ମାସକୁ ୫୦୦ ଟଙ୍କା ପାଉଥିବା ବେଳେ ୬୦ ପ୍ରତିଶତ ବା ଅଧିକ ଅକ୍ଷମତା ଥିବା ବ୍ୟକ୍ତି ୭୦୦ ଟଙ୍କା ପାଆନ୍ତି। ୬୦ ପ୍ରତିଶତରୁ ଅଧିକ ଅକ୍ଷମତା ଥିବା ୮୦ ବର୍ଷ ବୟସରୁ ଉର୍ଦ୍ଧ ଲୋକଙ୍କୁ ମାସିକ ୯୦୦ ଟଙ୍କା ମିଳିଥାଏ। ବର୍ତ୍ତମାନ ସମସ୍ତେ ବର୍ଦ୍ଧିତ ଭତ୍ତା ପାଇବେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି