Masthead

ନିମୋନିଆ ରୋଗୀଙ୍କ ପାଇଁ ଖୁସି ଖବର

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ବଢି ଚାଲିଛି ନିମୋନିଆ ଆକ୍ରାନ୍ତଙ୍କ ସଂଖ୍ୟା । ରାଜ୍ୟରେ ୨୦୧୮ରେ ମୋଟ ୧୭ ହଜାର ୯୩୪ ଜଣ ନିମୋନିଆ ରୋଗରେ ଆକ୍ରାନ୍ତ ହୋଇଥିଲେ । ସେହି ବର୍ଷ ନିମୋନିଆରେ ୨୭୯ଜଣଙ୍କ ମୃତ୍ୟୁ ହୋଇଥିଲା । ରାଜ୍ୟରେ ନିମୋନିଆଜନିତ ଶିଶୁ ମୃତ୍ୟୁହାର କମାଇବା ପାଇଁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସମ୍ମିଳନୀ କକ୍ଷରେ ‘ସାଁସ୍’ (ନିମୋନିଆର
ସଫଳ ନିରାକରଣ ପାଇଁ ସାମାଜିକ ସଚେତନତା ଅଭିଯାନ) କାର୍ୟ୍ୟକ୍ରମର ଶୁଭାରମ୍ଭ
କରାଯାଇଛି। ଏହି ଅବସରରେ ବ୍ୟାପକ ଜନ ସଚେତନତା ପାଇଁ ଅନେକ ସ୍ୱାସ୍ଥ୍ୟଶିକ୍ଷା
ଉପକରଣ(ଲିଫ୍ଲେଟ୍, ପୋଷ୍ଟର ଇତ୍ୟାଦି) ଉନ୍ମୋଚିତ ହୋଇଛି । ୧୨ ନଭେମ୍ବର ରୁ ୨୮ ଫେବୃଆରୀ ୨୦୨୧ ପର୍ୟ୍ୟନ୍ତ ଏହି କାର୍ୟ୍ୟକ୍ରମ ଚାଲିବ । ଏହି କାର୍ଯ୍ୟକ୍ରମରେ ଆଶା ଓ ସ୍ୱାସ୍ଥ୍ୟକର୍ମୀମାନେ ୫ ବର୍ଷରୁ କମ୍ ବୟସର ଶିଶୁମାନଙ୍କର ନିମୋନିଆ ଲକ୍ଷଣ
ଚିହ୍ନଟ କରିବା ସହିତ ଚିକିତ୍ସା ପାଇଁ ପଦକ୍ଷେପ ନେବେ । ଏହି କାର୍ଯ୍ୟକ୍ରମରେ ନିମୋନିଆ ସମ୍ପର୍କରେ ଜନସାଧାରଣଙ୍କୁ ସଚେତନ କରାଯିବ। ଏହି କାର୍ୟ୍ୟକ୍ରଚୁ ଅତିରିକ୍ତ ଶାସନ ସଚିବ ଉଦଘାଟନ କରିଥିଲେ । ଅତିରିକ୍ତ ଶାସନ ସଚିବଙ୍କ ସହ ଏହି କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟ ସେବା ନିର୍ଦ୍ଦେଶକ, ପରିବାର କଲ୍ୟାଣ ନିର୍ଦ୍ଦେଶକ, ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ପ୍ରତିଷ୍ଠାନର ନିର୍ଦ୍ଦେଶକ, ୟୁନିସେଫର କର୍ମକର୍ତ୍ତା ତଥା ରାଜ୍ୟର ପ୍ରମୁଖ ସ୍ୱାସ୍ଥ୍ୟ ଅନୁଷ୍ଠାନର ପଦାଧିକାରୀମାନେ ବ୍ୟକ୍ତିଗତ ଓ ଡିଜିଟାଲ୍ ପ୍ଲାଟଫର୍ମ ମାଧ୍ୟମରେ ଅଂଶଗ୍ରହଣ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା