Masthead

ସୁଧୁରିବାରେ ଲାଗିଛି ଭାରତ-ଚୀନ ସମ୍ପର୍କ

ଦୀର୍ଘ ୫ବର୍ଷ ପରେ ଚୀନ ଗସ୍ତରେ ବୈଦେଶିକ ମନ୍ତ୍ରୀ ଏସ୍ ଜୟଶଙ୍କର

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):ଦୁଇ ପଡ଼ୋସୀ ଦେଶ ମଧ୍ୟରେ ସୁଧୁରୁଛି ସମ୍ପର୍କ । ଦୀର୍ଘ ୫ବର୍ଷ ପରେ ପ୍ରଥମ ଥର ଚୀନ ଗସ୍ତରେ ଯାଇଛନ୍ତି ବୈଦେଶିକ ମନ୍ତ୍ରୀ ଏସ୍ ଜୟଶଙ୍କର । ୨୦୨୦ରେ ଗଲୱାନ ଘାଟିରେ ହୋଇଥିବା ସଂଘର୍ଷ ଯୋଗୁଁ ବଢ଼ିଥିଲା ଦୁଇ ଦେଶ ମଧ୍ୟରେ ତିକ୍ତତା ।

ଏସସିଓ ବୈଦେଶିକ ମନ୍ତ୍ରୀଙ୍କ ବୈଠକ ଅବସରରେ ଅନୁଷ୍ଠିତ ହୋଇଥିଲା ଏକ ସାକ୍ଷାତ । ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍ ଜୟଶଙ୍କର ଚୀନ୍ ରାଷ୍ଟ୍ରପତି ସି ଜିନପିଙ୍ଗଙ୍କୁ ବେଜିଂରେ ଭେଟିଛନ୍ତି । ଜୟଶଙ୍କର ନିଜ ଏକ୍ସ ଏକାଉଣ୍ଟରେ ପୋଷ୍ଟ କରି କହିଛନ୍ତି ବେଜିଂରେ ଚୀନ ରାଷ୍ଟ୍ରପତି ସି ଜିନପିଙ୍ଗଙ୍କୁ ଭେଟିଛନ୍ତି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ତରଫରୁ  ଜିନପିଙ୍ଗଙ୍କୁ ଜଣାଇଛନ୍ତି ଶୁଭେଚ୍ଛା ।
ଦୁଇଦେଶ ମଧ୍ୟରେ କିପରି ସମ୍ପର୍କର ସାମ୍ପ୍ରତିକ ବିକାଶ ହେବ ସେନେଇ ଚାଲିଥିଲା କଥାବାର୍ତ୍ତା ।  ଭାରତ ସହିତ ଦ୍ୱିପାକ୍ଷିକ ସମ୍ପର୍କରେ ଉନ୍ନତି ପାଇଁ  ଏସ୍ ଜୟଶଙ୍କର ଜିନପିଙ୍ଗଙ୍କୁ ପ୍ରଶଂସା କରିଛନ୍ତି । ଭାରତ ଓ ଚୀନ ମଧ୍ୟରେ ଦୀର୍ଘ ଦିନ ହେଲା ତିକ୍ତତା ଲାଗି ରହିଛି । ଏବେ ଦୁଇ ଦେଶର ସଂପର୍କ ସୁଦୃଢ ହେବ ବୋଲି ଆଶା କରିବା ।
ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ