ସୁଧୁରିବାରେ ଲାଗିଛି ଭାରତ-ଚୀନ ସମ୍ପର୍କ

ଦୀର୍ଘ ୫ବର୍ଷ ପରେ ଚୀନ ଗସ୍ତରେ ବୈଦେଶିକ ମନ୍ତ୍ରୀ ଏସ୍ ଜୟଶଙ୍କର

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):ଦୁଇ ପଡ଼ୋସୀ ଦେଶ ମଧ୍ୟରେ ସୁଧୁରୁଛି ସମ୍ପର୍କ । ଦୀର୍ଘ ୫ବର୍ଷ ପରେ ପ୍ରଥମ ଥର ଚୀନ ଗସ୍ତରେ ଯାଇଛନ୍ତି ବୈଦେଶିକ ମନ୍ତ୍ରୀ ଏସ୍ ଜୟଶଙ୍କର । ୨୦୨୦ରେ ଗଲୱାନ ଘାଟିରେ ହୋଇଥିବା ସଂଘର୍ଷ ଯୋଗୁଁ ବଢ଼ିଥିଲା ଦୁଇ ଦେଶ ମଧ୍ୟରେ ତିକ୍ତତା ।

ଏସସିଓ ବୈଦେଶିକ ମନ୍ତ୍ରୀଙ୍କ ବୈଠକ ଅବସରରେ ଅନୁଷ୍ଠିତ ହୋଇଥିଲା ଏକ ସାକ୍ଷାତ । ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍ ଜୟଶଙ୍କର ଚୀନ୍ ରାଷ୍ଟ୍ରପତି ସି ଜିନପିଙ୍ଗଙ୍କୁ ବେଜିଂରେ ଭେଟିଛନ୍ତି । ଜୟଶଙ୍କର ନିଜ ଏକ୍ସ ଏକାଉଣ୍ଟରେ ପୋଷ୍ଟ କରି କହିଛନ୍ତି ବେଜିଂରେ ଚୀନ ରାଷ୍ଟ୍ରପତି ସି ଜିନପିଙ୍ଗଙ୍କୁ ଭେଟିଛନ୍ତି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ତରଫରୁ  ଜିନପିଙ୍ଗଙ୍କୁ ଜଣାଇଛନ୍ତି ଶୁଭେଚ୍ଛା ।
ଦୁଇଦେଶ ମଧ୍ୟରେ କିପରି ସମ୍ପର୍କର ସାମ୍ପ୍ରତିକ ବିକାଶ ହେବ ସେନେଇ ଚାଲିଥିଲା କଥାବାର୍ତ୍ତା ।  ଭାରତ ସହିତ ଦ୍ୱିପାକ୍ଷିକ ସମ୍ପର୍କରେ ଉନ୍ନତି ପାଇଁ  ଏସ୍ ଜୟଶଙ୍କର ଜିନପିଙ୍ଗଙ୍କୁ ପ୍ରଶଂସା କରିଛନ୍ତି । ଭାରତ ଓ ଚୀନ ମଧ୍ୟରେ ଦୀର୍ଘ ଦିନ ହେଲା ତିକ୍ତତା ଲାଗି ରହିଛି । ଏବେ ଦୁଇ ଦେଶର ସଂପର୍କ ସୁଦୃଢ ହେବ ବୋଲି ଆଶା କରିବା ।
ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ