କୋର୍ଟରେ ହାଜର ହେଲେ ଗୋପାଳ

ଝାରସୁଗଡ଼ା (ବଡ଼ ଖବର ବ୍ୟୁରୋ):   ପୂର୍ବତନ ମନ୍ତ୍ରୀ ନବ ଦାସ ହତ୍ୟା ମାମଲା । କଡ଼ା ସୁରକ୍ଷା ବଳୟରେ ଆଜି ଝାରସୁଗୁଡା ଜେଏମଏଫସି କୋର୍ଟରେ ଅଭିଯୁକ୍ତ ଗୋପାଳ ଦାସକୁ ହାଜର କରାଇଛି । ପୂର୍ବତନ ସ୍ବାସ୍ଥ୍ୟ ମନ୍ତ୍ରୀ ନବଦାସ ହତ୍ୟାକଣ୍ଡର ମୁଖ୍ୟ ଅଭିଯୁକ୍ତ ଗୋପାଳ ଦାସକୁ ଆଜି ସକାଳୁ ଚୌଦ୍ୱାର ଜେଲରୁ ଝାରସୁଗୁଡା ଅଣାଯାଇଛି। ଜାନୁଆରୀ ୨୯ ରେ ବ୍ରଜରାଜନଗର ଗାନ୍ଧିଛକ ନିକଟରେ ଏକ ଦଳୀୟ କାର୍ଯ୍ୟକ୍ରମ ରେ ଯୋଗଦେବା ସମୟରେ ନବଦାସଙ୍କୁ ଗୁଳି ମାରି ହତ୍ୟା କରିଥିଲା ଗୋପାଳ ଦାସ।

ନବଦାସଙ୍କୁ ଗୁଳି ମାରିବା ପରେ ତୁରନ୍ତ ବ୍ରଜରାଜନଗର ପୋଲିସ ଗୋପାଳକୁ କାବୁ କରି ନେଇଥିଲା। ପରେ ଏହି ମାମଲାର ତଦନ୍ତ ଦାୟିତ୍ୱ କ୍ରାଇମବ୍ରାଞ୍ଚକୁ ଦେଇଥିଲେ ରାଜ୍ୟ ସରକାର। ଏହାରି ଭିତରେ କ୍ରାଇମବ୍ରାଞ୍ଚ ପକ୍ଷରୁ ହତ୍ୟାକଣ୍ଡ ସମ୍ପର୍କରେ ଅନ୍ତରୀଣ ଚାର୍ଜସିଟ କୋର୍ଟରେ ଦାଖଲ ହୋଇ ସାରିଛି। ସୁରକ୍ଷା ଦୃଷ୍ଟିରୁ ଗୋପାଳକୁ ଚୌଦ୍ୱାର ଜେଲରେ ରଖାଯାଇ ଥିବାବେଳେ ଆଜି ପ୍ରଥମ ଥର ପାଇଁ କୋର୍ଟରେ ହାଜିରା ଦେବାକୁ ଅଣାଯାଉଛି। ଗୋପାଳକୁ ଜେଏମଏଫସି କୋର୍ଟରେ ହାଜିରା ପରେ ଏହି ମାମଲାର ଶୁଣାଣି ଆରମ୍ଭ ହେବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’