Masthead

କୋର୍ଟରେ ହାଜର ହେଲେ ଗୋପାଳ

ଝାରସୁଗଡ଼ା (ବଡ଼ ଖବର ବ୍ୟୁରୋ):   ପୂର୍ବତନ ମନ୍ତ୍ରୀ ନବ ଦାସ ହତ୍ୟା ମାମଲା । କଡ଼ା ସୁରକ୍ଷା ବଳୟରେ ଆଜି ଝାରସୁଗୁଡା ଜେଏମଏଫସି କୋର୍ଟରେ ଅଭିଯୁକ୍ତ ଗୋପାଳ ଦାସକୁ ହାଜର କରାଇଛି । ପୂର୍ବତନ ସ୍ବାସ୍ଥ୍ୟ ମନ୍ତ୍ରୀ ନବଦାସ ହତ୍ୟାକଣ୍ଡର ମୁଖ୍ୟ ଅଭିଯୁକ୍ତ ଗୋପାଳ ଦାସକୁ ଆଜି ସକାଳୁ ଚୌଦ୍ୱାର ଜେଲରୁ ଝାରସୁଗୁଡା ଅଣାଯାଇଛି। ଜାନୁଆରୀ ୨୯ ରେ ବ୍ରଜରାଜନଗର ଗାନ୍ଧିଛକ ନିକଟରେ ଏକ ଦଳୀୟ କାର୍ଯ୍ୟକ୍ରମ ରେ ଯୋଗଦେବା ସମୟରେ ନବଦାସଙ୍କୁ ଗୁଳି ମାରି ହତ୍ୟା କରିଥିଲା ଗୋପାଳ ଦାସ।

ନବଦାସଙ୍କୁ ଗୁଳି ମାରିବା ପରେ ତୁରନ୍ତ ବ୍ରଜରାଜନଗର ପୋଲିସ ଗୋପାଳକୁ କାବୁ କରି ନେଇଥିଲା। ପରେ ଏହି ମାମଲାର ତଦନ୍ତ ଦାୟିତ୍ୱ କ୍ରାଇମବ୍ରାଞ୍ଚକୁ ଦେଇଥିଲେ ରାଜ୍ୟ ସରକାର। ଏହାରି ଭିତରେ କ୍ରାଇମବ୍ରାଞ୍ଚ ପକ୍ଷରୁ ହତ୍ୟାକଣ୍ଡ ସମ୍ପର୍କରେ ଅନ୍ତରୀଣ ଚାର୍ଜସିଟ କୋର୍ଟରେ ଦାଖଲ ହୋଇ ସାରିଛି। ସୁରକ୍ଷା ଦୃଷ୍ଟିରୁ ଗୋପାଳକୁ ଚୌଦ୍ୱାର ଜେଲରେ ରଖାଯାଇ ଥିବାବେଳେ ଆଜି ପ୍ରଥମ ଥର ପାଇଁ କୋର୍ଟରେ ହାଜିରା ଦେବାକୁ ଅଣାଯାଉଛି। ଗୋପାଳକୁ ଜେଏମଏଫସି କୋର୍ଟରେ ହାଜିରା ପରେ ଏହି ମାମଲାର ଶୁଣାଣି ଆରମ୍ଭ ହେବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ