Masthead

ଜେଲରୁ ବାହାରିଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ

ଭୁବନେଶ୍ୱ(ବଡ଼ ଖବର ବ୍ୟୁରୋ): ଜେଲରୁ ବାହାରିଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ । ଝାରପଡ଼ା ଜେଲରୁ ବାହାରିଲେ ପ୍ରଦୀପ ପାଣିଗ୍ରାହୀ ।। ଷଷ୍ଠ ମାମଲାରେ ଜାମିନ ପାଇବା ପରେ ଆଜି ଜେଲରୁ ବାହାରିଲେ। ଶୁକ୍ରବାର ଷଷ୍ଠ ମାମଲାରେ ହାଇକୋର୍ଟ ତାଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଥିଲେ। ୨ ଲକ୍ଷ ଟଙ୍କା ଲେଖାଏଁ ୨ ଜଣ ଜାମିନଦାରଙ୍କ ବଦଳରେ ହାଇକୋର୍ଟ ପ୍ରଦୀପଙ୍କୁ ଜାମିନ ପ୍ରଦାନ କରିଥିଲେ। ତା’ସହିତ ନିମ୍ନ କୋର୍ଟରେ ୨ ଲକ୍ଷ ଟଙ୍କା ଜମା କରିବାକୁ ହାଇକୋର୍ଟଙ୍କ ତାଙ୍କୁ ନିର୍ଦ୍ଦେଶ ଦେଇଥିଲେ।

ସେହିପରି ଗଣମାଧ୍ୟମରେ କୌଣସି ବିବୃତ୍ତି ନଦେବାକୁ ତଥା ସାକ୍ଷୀମାନଙ୍କୁ ଧମକଚମକ ନଦେବାକୁ ସର୍ତ୍ତ ରଖିଥିଲେ କୋର୍ଟ। ଡିସେମ୍ବର ୩ ତାରିଖରେ ପ୍ରଦୀପଙ୍କୁ ଗିରଫ କରିଥିଲା କ୍ରାଇମବ୍ରାଞ୍ଚ। ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ମୋଟ୍ ୬ଟି ମାମଲା ଥିଲା। ପୂର୍ବରୁ ୫ଟି ମାମଲାରେ ତାଙ୍କୁ ଜାମିନ ମିଳିଥିଲା। ଗତକାଲି ଷଷ୍ଠ ମାମଲାରେ ତାଙ୍କୁ ହାଇକୋର୍ଟ ଜାମିନ ପ୍ରଦାନ କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା