ବାପା ହେବା ପରେ ବଦଳିଗଲେ ସରକାରୀ ବାବୁ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବାପା ହେବା ପରେ ବଦଳିଗଲେ ସରକାରୀ ବାବୁ । ହସ୍ପିଟାଲ ବେଡ଼ରେ ସ୍ତ୍ରୀ ପିଲାକୁ ଛାଡି ଛୁ ମାରିଲେ ଓଏଏସ ଅଧିକାରୀ । ଓଏସଡିଏମଏରେ କାର୍ଯ୍ୟରତ ଡିଜିଏମ ସାର୍ଥକ ସୌରଭ ମହାପାତ୍ରଙ୍କନାଁ ରେ ମହିଳା ଥାନାରେ ଅଭିଯୋଗ । ସ୍ବାମୀ ସାର୍ଥକ ସୌରଭ ମହାପାତ୍ରଙ୍କ ନାରେ ପତ୍ନୀ ଅର୍ଚ୍ଚନା ଦାସ ମହିଳା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ସ୍ୱାମୀ ସହ ଶାଶୁ ଓ ନଣନ୍ଦଙ୍କ ନାଁରେ ମଧ୍ୟ ଅଭିଯୋଗ କରିଛନ୍ତି ଅର୍ଚ୍ଚନା। ଅଭିଯୋଗକାରିଣୀ ଅର୍ଚ୍ଚନା ଦାସ ପଞ୍ଚାୟତରାଜ ଏବଂ ପାନୀୟ ଜଳ ବିଭାଗରେ ସହକାରୀ ନିର୍ବାହୀ ଯନ୍ତ୍ରୀ ଭାବରେ କାରର୍ଯ୍ୟ କରନ୍ତି। ଉଭୟଙ୍କ ଘର ଭୁବନେଶ୍ୱର।

ପରିବାରର ସହମତିରେ ଉଭୟଙ୍କ ବାହାଘର ହୋଇଥିଲା। କିନ୍ତୁ ବାହାଘରର କିଛି ମାସ ପରେ ତାଙ୍କୁ ଶାଶୁ ଘର ପରିବାର ପକ୍ଷରୁ ନିର୍ଯାତନା ଦିଆଯାଉଥିଲା। ମେ ୧୦ ରେ ଅର୍ଚ୍ଚନା ଘରୋଇ ହସ୍ପିଟାଲର ରେ ଶିଶୁପୁତ୍ର ଜନ୍ମ ଦେଇଥିଲେ । ନବଜାତ ପୁଅକୁ ସ୍ବାମୀ ସାର୍ଥକ ଗ୍ରହଣ କରିନଥିଲେ। ହସ୍ପିଟାଲ ବେଡ଼ରେ ନବଜାତ ଶିଶୁ ଓ ସ୍ତ୍ରୀ ଙ୍କୁ ଛାଡି ଚାଲିଯାଇଥିଲେ ସ୍ୱାମୀ ସାର୍ଥକ ସୌରଭ ମହାପାତ୍ର। ଶେଷରେ ନିଜେ ହସ୍ପିଟାଲରୁ ଡିସ୍ଚାର୍ଜ ହୋଇ ଘରକୁ ଆସିଲେ। ଶିଶୁ ଜନ୍ମହେବାର ୩ ମାସ ହୋଇଯାଇଥିଲେ ମଧ୍ୟ ତାକୁ କିମ୍ବା ସ୍ତ୍ରୀଙ୍କୁ ଦେଖା କରୁନଥିବା ସହ କୌଣସି ସହଯୋଗ କରୁନାହାନ୍ତି। ତେଣୁ ମହିଳା ଥାନାର ଦ୍ୱାରସ୍ଥ ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’