ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଲୋକସେବା ଭବନରେ କାର୍ଯ୍ୟ ଆରମ୍ଭ ପରେ ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ଼ ଘୋଷଣା । ଲୋକସଭା ଭବନ ତୃତୀୟ ମହଲା କାର୍ୟ୍ୟାଳୟରେ କାର୍ୟ୍ୟ ଆରମ୍ଭ ପରେ ପ୍ରତିକ୍ରିୟା ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀ କହିଛନ୍ତି, ଭୌତିକ ପ୍ରଗତି ସହ ସାଂସ୍କୃତିକ ପ୍ରଗତିକୁ ପ୍ରାଥମିକତା ଦିଆଯିବ । ଓଡ଼ିଆ ଅସ୍ମିତାର ପ୍ରତିଷ୍ଠା, ଅଭିବୃଦ୍ଧି, ସରଂକ୍ଷଣ ଓ ପ୍ରସାରକୁ ଗୁରୁତ୍ବ ଦିଆଯିବ । ସାହିତ୍ୟ, ସଙ୍ଗୀତ, ନାଟକ ଓ ଲଳିତ କଳା ଏକାଡେମୀର ପୁନର୍ଗଠନ ଓ କାଯ୍ୟକ୍ଷମତା ବୃଦ୍ଧି ପାଇଁ ପଦକ୍ଷେପ ନିଆଯିବ । ଓଡ଼ିଶୀ ଗବେଷଣା କେନ୍ଦ୍ରକୁ କ୍ରିୟାଶୀଳ କରାଯିବ । ଓଡ଼ିଆ ଅସ୍ମିତା ଉପରେ ଗୁଣାତ୍ମକ ଗବେଷଣାକୁ ପ୍ରୋତ୍ସାହିତ କରାଯିବ ।

ଓଡ଼ିଶାରେ ପଠନ ଅଭ୍ୟାସ ବୃଦ୍ଧି ଓ ଲାଇବେରୀ ଆନ୍ଦୋଳନକୁ ବ୍ୟାପକ ଓ ବ୍ୟବସ୍ଥିତ କରାଯିବ । ଓଡ଼ିଆ ଭାଷା ଓ ସାହିତ୍ୟର ପ୍ରସାର ପାଇଁ ଅନୁବାଦ ଏକାଡେମୀ ପ୍ରତିଷ୍ଠା ହେବ । ଭାଷା ପାଇଁ ଆଧୁନିକ ସରଳ ଓ ସୁଗମ ପ୍ରଯୁକ୍ତି ବିଦ୍ୟାର ଉପଯୋଗ ପାଇଁ ବ୍ୟବସ୍ଥା ହେବ । ଓଡ଼ିଆ ଭାଷା ଭବନ, ଅସ୍ମିତା ଭବନ ନିର୍ମାଣ କରାଯିବ । ଭାଷା କମିଶନ ଗଠିତ ହେବ । ଓଡ଼ିଆ ଭାଷାରେ ସରକାରୀ କାର୍ଯ୍ୟ ହେବ ।ସରକାରୀ ସ୍ତରରେ ଓଡ଼ିଆ ଭାଷାର ବ୍ୟବହାରକୁ ବ୍ୟାପକ କରିବାକୁ ଆବଶ୍ୟକ ପଡିଲେ ସରକାରୀ ଭାଷା ଆଇନରେ ସଂଶୋଧନ କରାଯିବ । ଓଡ଼ିଆ ଭାଷା ପ୍ରତିଷ୍ଠାନର ପୁନର୍ଗଠନ କରାଯିବ । ପ୍ରତ୍ୟେକ ଜିଲ୍ଲାରେ ସମିକ୍ଷୀତ ସଂସ୍କୃତି ଭବନ ନିର୍ମାଣ ସହ ଜିଲ୍ଲାର କଳା ସଂସ୍କୃତିକୁ ପ୍ରୋତ୍ସାହିତ କରାଯିବ ।ଉଚ୍ଚ ବିଦ୍ୟାଳୟ ସ୍ତରରେ ଓଡ଼ିଆ ଭାଷା ଶିକ୍ଷକ ନିଯୁକ୍ତି ପାଇଁ ବିଚାର କରାଯିବ ।

ବରୁଣେଇ ଠାରେ ପାଇକ ଏକାଡେମୀ ଓ ସ୍ମାରକୀ ନିର୍ମାଣ ପୁରାନ୍ଵିତ ହେବ । ରାଜ୍ୟର ବିଭିନ୍ନ ଐତିହ ପୀଠର ବିକାଶକୁ ଗୁରୁତ୍ବ ଦେବାକୁ ସରକାର ସଂକଳ୍ପବଦ୍ଧ । ସବୁ କାର୍ଯ୍ୟ ଲୋକମାନଙ୍କ ସହଯୋଗ ସହଭାଗିତା ଓ ପରାମର୍ଶରେ ହେବ । ଓଡ଼ିଆ ଅସ୍ମିତା କ୍ଷେତ୍ରରେ ଆଉ କଣ କରାଯିବା ଦରକାର ଲୋକ ମାନଙ୍କର ପ୍ରସ୍ତାବ ଆହ୍ୱାନ କରୁଛି । ରାଜ୍ୟ ପରିଚାଳନା ରାଜ୍ୟ ଭାଷା ଓଡ଼ିଆରେ ହିଁ ହେବ । ଏଥି ନିମନ୍ତେ ପ୍ରଣୀତ ସରକାରୀ ଭାଷା ଆଇନକୁ ଅକ୍ଷରେ ଅକ୍ଷରେ ପାଳନ କରାଯିବ । ଦରକାର ପଡିଲେ ଏଥିରେ ଆବଶ୍ୟକ ସଂଶୋଧନ କରି ଆଇନକୁ ଆହୁରି ସଶକ୍ତ କରାଯିବ । ଉଭୟ ସରକାରୀ ଓ ବେସରକାରୀ ସ୍ତରରେ ଓଡ଼ିଆ ଭାଷାର ବ୍ୟାପକ ବ୍ୟବହାରକୁ ସହଳ, ସରଳ ଓ ସୁଗମ କରିବା ପାଇଁ ଉପଯୁକ୍ତ ବୈଷୟିକ ଜ୍ଞାନକୌଶଳ ପ୍ରୟୋଗ ନିମନ୍ତେ ବ୍ୟବସ୍ଥା କରାଯିବ । ମୁଖ୍ୟମନ୍ତ୍ରୀ ଭାବରେ ମୋ ପାଖରେ ଉପସ୍ଥାପିତ ସମସ୍ତ ନଥି ଓଡ଼ିଆରେ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

Leave a Reply

Your email address will not be published. Required fields are marked *