Masthead

ବନ୍ୟା ବିପନ୍ନଙ୍କ ପାଇଁ ସରକାରଙ୍କ ବଡ଼ ଘୋଷଣା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବନ୍ୟା କ୍ଷୟକ୍ଷତି ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା । ହଜାରେ କୋଟିର ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ହଜାରେ କୋଟି ଟଙ୍କାର ୧୦ ସୂତ୍ରୀ ପ୍ୟାକେଜ ଘୋଷଣା କରାଯାଇଛି। ୩୩%ରୁ ଅଧିକ କ୍ଷତି ହୋଇଥିବା ଚାଷୀଙ୍କୁ ମିଳିବ ସହାୟତା । ଅଣ ଜଳସେଚିତ ଜମି ହେକ୍ଟର ପିଛା ୮,୫୦୦ଟଙ୍କା, ଜଳସେଚିତ ଜମି ହେକ୍ଟର ପିଛା ୧୮ହଜାର ୫ଶହ ଟଙ୍କା ଏବଂ ବାର ମାସୀ ଫସଲ ପାଇଁ ହେକ୍ଟର ପିଛା ୨୨ହଜାର ୫ସହ ଟଙ୍କା ମିଳିବ । ମାଗଣା ପନିପରିବା ମିନି କିଟ୍ ପ୍ରଦାନ କରାଯିବ ।

ପ୍ରାଣୀ ସମ୍ପଦ କ୍ଷତିପୂରଣ ପାଇଁ ସହାୟତା ମିଳିବ। ପୋଖରୀ, ଡଙ୍ଗା ଓ ଜାଲ ନଷ୍ଟ ହୋଇଥିଲେ ମିଳିବ ଆର୍ଥିକ ସହାୟତା। ଏହା ସହିତ କ୍ଷତିଗ୍ରସ୍ତ ଚାଷୀଙ୍କୁ ଧାନ ଓ ଅଣଧାନ ବିହନ କିଣିବାକୁ ଆର୍ଥିକ ସହାୟତା ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ହସ୍ତଶିଳ୍ପ କ୍ଷତିଗ୍ରସ୍ତ ପାଇଁ ୫ହଜାର ଆର୍ଥିକ ସହାୟତା ମିଳିବ । ବାସନକୁସନ ଓ ପୋଷାକ ବାବଦକୁ ଅର୍ଥ ଯୋଗାଇ ଦେବେ ସରକାର। ରନ୍ଧା ଓ ଶୁଖିଲା ଖାଦ୍ୟ ସହ ରିଲିଫ ଚାଉଳ ଯୋଗାଣ ଜାରି ରହିବ। ଚୂଡ଼ାନ୍ତ ରିପୋର୍ଟ ଆସିବା ପରେ ପ୍ୟାକେଜ ଅର୍ଥ ବଢ଼ିବ। ଗ୍ରାଉଣ୍ଡ ସର୍ଭେର ଗୁରୁତ୍ୱ ଅଧିକ ଥିବାରୁ ବନ୍ୟାଞ୍ଚଳ ବୁଲିଲି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଭଦ୍ରକ ଓ ଯାଜପୁର ବନ୍ୟାଞ୍ଚଳ ପରିଦର୍ଶନ କରିବା ପରେ ସାମ୍ବାଦିକ ସମ୍ମିଳନୀ କରି ବନ୍ୟା କ୍ଷୟକ୍ଷତି ପାଇଁ ଆର୍ଥିକ ସହାୟତା ସହ ରିଲିଫ ନେଇ ଘୋଷଣା କରିଛନ୍ତି । ରିଲିଫ କୋଡ ଅନୁସାରେ ଚାଷୀମାନଙ୍କୁ କ୍ଷତିପୂରଣ ଓ ସବସିଡି ପ୍ରଦାନ କରାଯିବ । ଯାଜପୁରର ୧୦ ବ୍ଲକର ୨୭୦ ଗାଁରେ ୨ ଲକ୍ଷ ୮୦ ହଜାର ଲୋକ ବନ୍ୟା ପ୍ରଭାବିତ ହୋଇଛନ୍ତି। ଜିଲାରେ ୨୦୩ଟି ରିଲିଫ ସେଣ୍ଟର ଖୋଲାଯାଇଛି। ସେହିପରି ଭଦ୍ରକ ଜିଲାର ୪ ବ୍ଲକର ୧୪୯ ଗାଁ ବନ୍ୟା ପ୍ରଭାବିତ ହୋଇଛି। ବାଲେଶ୍ବର, କେନ୍ଦୁଝର, ମୟୂରଭଞ୍ଜ ଓ କେନ୍ଦ୍ରାପଡ଼ାରେ ବି ବନ୍ୟା ସ୍ଥିତି ସୃଷ୍ଟି ହୋଇଛି। ମୋଟ ଭାବେ ୬ ଜିଲାର ୭୪ ବ୍ଲକ ବନ୍ୟା ପ୍ରଭାବିତ। ୬ ଜିଲାରେ ୪୫ ଓଡ୍ରାଫ ଓ ୮ ଘଊଜୠ ଟିମ ମୁତୟନ ଅଛନ୍ତି। ଜିଲ୍ଲାପାଳମାନଙ୍କୁ ତୁରନ୍ତ କ୍ଷୟକ୍ଷତି ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପାର୍ବଣ ପୂର୍ବରୁ ବ୍ରହ୍ମପୁର ନିମଖଣ୍ଡିରେ ଚାଞ୍ଚଲ୍ୟ 🔴 ତେଲ ଟ୍ୟାଙ୍କରରେ ଗୋରୁ ଚାଲାଣ, ମାଡ଼ି ବସିଲା ପୋଲିସ 🔴 ଆସୁଛି ଲଘୁଚାପ, ବଦଳିପାରେ ପାଗ 🔴 ଏସୀୟ କ୍ରୀଡ଼ା; ସ୍ୱର୍ଣ୍ଣ ପଦକ ପାଇଁ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ 🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର 🔴 ୧୩ରେ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପାର୍ବଣ ପୂର୍ବରୁ ବ୍ରହ୍ମପୁର ନିମଖଣ୍ଡିରେ ଚାଞ୍ଚଲ୍ୟ 🔴 ତେଲ ଟ୍ୟାଙ୍କରରେ ଗୋରୁ ଚାଲାଣ, ମାଡ଼ି ବସିଲା ପୋଲିସ 🔴 ଆସୁଛି ଲଘୁଚାପ, ବଦଳିପାରେ ପାଗ 🔴 ଏସୀୟ କ୍ରୀଡ଼ା; ସ୍ୱର୍ଣ୍ଣ ପଦକ ପାଇଁ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ 🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର 🔴 ୧୩ରେ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା