Masthead

ବନ୍ୟାଞ୍ଚଳ ଗୁଡିକୁ ସରକାରଙ୍କ ବଡ ଘୋଷଣା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବନ୍ୟା କ୍ଷୟକ୍ଷତି ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା । ହଜାରେ କୋଟିର ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ହଜାରେ କୋଟି ଟଙ୍କାର ୧୦ ସୂତ୍ରୀ ପ୍ୟାକେଜ ଘୋଷଣା କରାଯାଇଛି। ୩୩%ରୁ ଅଧିକ କ୍ଷତି ହୋଇଥିବା ଚାଷୀଙ୍କୁ ମିଳିବ ସହାୟତା । ଅଣ ଜଳସେଚିତ ଜମି ହେକ୍ଟର ପିଛା ୮,୫୦୦ଟଙ୍କା, ଜଳସେଚିତ ଜମି ହେକ୍ଟର ପିଛା ୧୮ହଜାର ୫ଶହ ଟଙ୍କା ଏବଂ ବାର ମାସୀ ଫସଲ ପାଇଁ ହେକ୍ଟର ପିଛା ୨୨ହଜାର ୫ସହ ଟଙ୍କା ମିଳିବ । ମାଗଣା ପନିପରିବା ମିନି କିଟ୍ ପ୍ରଦାନ କରାଯିବ ।

ପ୍ରାଣୀ ସମ୍ପଦ କ୍ଷତିପୂରଣ ପାଇଁ ସହାୟତା ମିଳିବ। ପୋଖରୀ, ଡଙ୍ଗା ଓ ଜାଲ ନଷ୍ଟ ହୋଇଥିଲେ ମିଳିବ ଆର୍ଥିକ ସହାୟତା। ଏହା ସହିତ କ୍ଷତିଗ୍ରସ୍ତ ଚାଷୀଙ୍କୁ ଧାନ ଓ ଅଣଧାନ ବିହନ କିଣିବାକୁ ଆର୍ଥିକ ସହାୟତା ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ହସ୍ତଶିଳ୍ପ କ୍ଷତିଗ୍ରସ୍ତ ପାଇଁ ୫ହଜାର ଆର୍ଥିକ ସହାୟତା ମିଳିବ । ବାସନକୁସନ ଓ ପୋଷାକ ବାବଦକୁ ଅର୍ଥ ଯୋଗାଇ ଦେବେ ସରକାର। ରନ୍ଧା ଓ ଶୁଖିଲା ଖାଦ୍ୟ ସହ ରିଲିଫ ଚାଉଳ ଯୋଗାଣ ଜାରି ରହିବ। ଚୂଡ଼ାନ୍ତ ରିପୋର୍ଟ ଆସିବା ପରେ ପ୍ୟାକେଜ ଅର୍ଥ ବଢ଼ିବ। ଗ୍ରାଉଣ୍ଡ ସର୍ଭେର ଗୁରୁତ୍ୱ ଅଧିକ ଥିବାରୁ ବନ୍ୟାଞ୍ଚଳ ବୁଲିଲି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ମୁଖ୍ୟମନ୍ତ୍ରୀ, ଭଦ୍ରକ ଓ ଯାଜପୁର ବନ୍ୟାଞ୍ଚଳ ପରିଦର୍ଶନ କରିବା ପରେ ଆଜି ସାମ୍ବାଦିକ ସମ୍ମିଳନୀ କରି ବନ୍ୟା କ୍ଷୟକ୍ଷତି ପାଇଁ ଆର୍ଥିକ ସହାୟତା ସହ ରିଲିଫ ନେଇ ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି, ରିଲିଫ କୋଡ ଅନୁସାରେ ଚାଷୀମାନଙ୍କୁ କ୍ଷତିପୂରଣ ଓ ସବସିଡି ପ୍ରଦାନ କରାଯିବ । ଯାଜପୁରର ୧୦ ବ୍ଲକର ୨୭୦ ଗାଁରେ ୨ ଲକ୍ଷ ୮୦ ହଜାର ଲୋକ ବନ୍ୟା ପ୍ରଭାବିତ ହୋଇଛନ୍ତି। ଜିଲାରେ ୨୦୩ଟି ରିଲିଫ ସେଣ୍ଟର ଖୋଲାଯାଇଛି। ସେହିପରି ଭଦ୍ରକ ଜିଲାର ୪ ବ୍ଲକର ୧୪୯ ଗାଁ ବନ୍ୟା ପ୍ରଭାବିତ ହୋଇଛି। ବାଲେଶ୍ବର, କେନ୍ଦୁଝର, ମୟୂରଭଞ୍ଜ ଓ କେନ୍ଦ୍ରାପଡ଼ାରେ ବି ବନ୍ୟା ସ୍ଥିତି ସୃଷ୍ଟି ହୋଇଛି। ମୋଟ ଭାବେ ୬ ଜିଲାର ୭୪ ବ୍ଲକ ବନ୍ୟା ପ୍ରଭାବିତ। ୬ ଜିଲାରେ ୪୫ ଓଡ୍ରାଫ ଓ ୮ ଘଊଜୠ ଟିମ ମୁତୟନ ଅଛନ୍ତି। ଜିଲ୍ଲାପାଳମାନଙ୍କୁ ତୁରନ୍ତ କ୍ଷୟକ୍ଷତି ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟାଞ୍ଚଳ ଗୁଡିକୁ ସରକାରଙ୍କ ବଡ ଘୋଷଣା 🔴 ନୌସେନା ଯବାନଙ୍କ ପରିବାରକୁ ଶେଷ ବିଦାୟ,ଏକାଠି ଜଳିଲା ୪ ଜଣଙ୍କ ଜୁଇ 🔴 ପାଚେରୀ ଡେଇଁ ହଷ୍ଟେଲରୁ ୬ ଅନ୍ତେବାସୀ ଫେରାର 🔴 ବନ୍ୟା ଘେରରେ ୩୦ରୁ ଅଧିକ ପରିବାର 🔴 ୩ରାଜ୍ୟ ପାଇଁ ପ୍ରଭାରୀ ଓ ସହପ୍ରଭାରୀ ନିଯୁକ୍ତି 🔴 ଆଜି ବି ପ୍ରବଳ ବର୍ଷିବ; ୨ ଜିଲ୍ଲାକୁ ରେର୍ଡ, ୮ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ 🔴  ଲଗାଣ ବର୍ଷାରେ ଦବିଲା ରେଳ ଲାଇନ୍ 🔴 ସରିଲା DGP ଯୋଗେଶ ବାହାଦୂର ଖୁରାନିଆଙ୍କ କାର୍ଯ୍ୟକାଳ 🔴 ଟିଏମ୍‌ସି ନେତାଙ୍କ ମୃତଦେହ ଉଦ୍ଧାର 🔴 ଲଘୁଚାପ ବର୍ଷା ଚାଷୀଙ୍କ ମୁଣ୍ଡରେ ସାଜିଛି ଚଡ଼କ 🔴 ବନ୍ୟାଞ୍ଚଳ ଗୁଡିକୁ ସରକାରଙ୍କ ବଡ ଘୋଷଣା 🔴 ନୌସେନା ଯବାନଙ୍କ ପରିବାରକୁ ଶେଷ ବିଦାୟ,ଏକାଠି ଜଳିଲା ୪ ଜଣଙ୍କ ଜୁଇ 🔴 ପାଚେରୀ ଡେଇଁ ହଷ୍ଟେଲରୁ ୬ ଅନ୍ତେବାସୀ ଫେରାର 🔴 ବନ୍ୟା ଘେରରେ ୩୦ରୁ ଅଧିକ ପରିବାର 🔴 ୩ରାଜ୍ୟ ପାଇଁ ପ୍ରଭାରୀ ଓ ସହପ୍ରଭାରୀ ନିଯୁକ୍ତି 🔴 ଆଜି ବି ପ୍ରବଳ ବର୍ଷିବ; ୨ ଜିଲ୍ଲାକୁ ରେର୍ଡ, ୮ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ 🔴  ଲଗାଣ ବର୍ଷାରେ ଦବିଲା ରେଳ ଲାଇନ୍ 🔴 ସରିଲା DGP ଯୋଗେଶ ବାହାଦୂର ଖୁରାନିଆଙ୍କ କାର୍ଯ୍ୟକାଳ 🔴 ଟିଏମ୍‌ସି ନେତାଙ୍କ ମୃତଦେହ ଉଦ୍ଧାର 🔴 ଲଘୁଚାପ ବର୍ଷା ଚାଷୀଙ୍କ ମୁଣ୍ଡରେ ସାଜିଛି ଚଡ଼କ