Masthead

ନବୀନ ପଟ୍ଟନାୟକଙ୍କୁ ଭେଟିଲେ ରାଜ୍ୟପାଳ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ନବୀନ ପଟ୍ଟନାୟକଙ୍କୁ ଭେଟିଲେ ରାଜ୍ୟପାଳ । ନବୀନ ନିବାସରେ ଭେଟି ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ରାଜ୍ୟପାଳ ହରିବାବୁ କମ୍ଭମପାଟି । ନିକଟରେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହୋଇ ଫେରିଥିଲେ ନବୀନ । ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନବୀନ ନିବାସରେ ନବୀନଙ୍କୁ ଭେଟିଥିଲେ । ଆଉ ସ୍ୱାସ୍ଥ୍ୟବସ୍ଥା ପଚାରି ବୁଝିଥିଲେ । ସେହିପରି ପ୍ରଧାନମନ୍ତ୍ରୀ ବି ଫୋନ କଲ୍ ଜରିଆରେ ନବୀନ ପଟ୍ଟନାୟକଙ୍କ ସ୍ୱାସ୍ଥ୍ୟାବସ୍ଥା ବୁଝିଥିଲେ ।

ଜୁନ୍‌ ୨୦ରେ ନବୀନ ପଟ୍ଟନାୟକ ସର୍ଭାଇକାଲ ଆର୍ଥ୍ରାଇଟିସ୍‌ ଅପରେଶନ ପାଇଁ ମୁମ୍ବାଇର ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ୨୨ରେ ତାଙ୍କର ଅସ୍ତ୍ରୋପଚାର ହୋଇଥିଲା। ସେଠାରେ ୨୧ ଦିନ ରହିବା ପରେ ସୁସ୍ଥ ହୋଇ ଜୁଲାଇ ୧୨ରେ ଭୁବନେଶ୍ୱର ଫେରିଥିଲେ। ଏହା ପରେ ନବୀନ ପୁଣି  ଡିହାଇଡ୍ରେଶନ ଜନିତ ଅସୁସ୍ଥତା ଅନୁଭବ କରିଥିଲେ।

ପ୍ରଥମେ ଏକ ଡାକ୍ତରୀ ଦଳ ନବୀନ ନିବାସରେ ତାଙ୍କର ସ୍ବାସ୍ଥ୍ୟାବସ୍ଥା ପରୀକ୍ଷା କରିଥିଲେ। ହେଲେ ଅଧିକ ପରୀକ୍ଷାନିରୀକ୍ଷା କରିବା ଲାଗି ହସ୍ପିଟାଲ୍‌ ଆଣିବା ପାଇଁ ପରାମର୍ଶ ଦେବା ପରେ ସେ ସମ୍‌ ଅଲ୍ଟିମେଟ୍‌ ହସ୍ପିଟାଲ ଯାଇଥିଲେ। ସେଠାରୁ ସୁସ୍ଥ ହୋଇ ଫେରିବା ପରେ ନବୀନ ନିବାସରେ ରହୁଛନ୍ତି। ତାଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିବା ପାଇଁ ବିଭିନ୍ନ ନେତା ମନ୍ତ୍ରୀ ଯାଉଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ