Masthead

ଭେଟ ପାଇଁ ମନାକଲା ପ୍ରଶାସନ, ଗାଡ଼ିରୁ ଓହ୍ଲାଇ ଚାଷୀଙ୍କୁ ଭେଟିଲେ ରାଜ୍ୟପାଳ

ଅତାବିରା (ବଡ଼ ଖବର ବ୍ୟୁରୋ): ଚାଷୀଙ୍କୁ ଭେଟିଲେ ରାଜ୍ୟପାଳ । ଆଜି ବରଗଡ଼ ଜିଲ୍ଲା ଗସ୍ତରେ ଆସିଥିବା ଓଡ଼ିଶା ରାଜ୍ୟପାଳ ରଘୁବର ଦାସ ଅତାବିରାରେ ଏସଏଚଜିର ମହିଳାମାନଙ୍କୁ ସାକ୍ଷାତ କରିଥିଲେ । ପରେ ଅତାବିରାରୁ ବାହାରିବା ସମୟରେ ଅତାବିରା ଆରଏମସି ଗେଟ ସାମ୍ନାରେ ଅପେକ୍ଷା କରିଥିବା ଚାଷୀମାନେ ରାଜ୍ୟପାଳଙ୍କୁ ସାକ୍ଷାତ କରିବାକୁ ପ୍ରଶାସନକୁ ଅନୁରୋଧ କରିଥିଲେ । ହେଲେ ପ୍ରଶାସନ ମନା କରିଦେଇଥିଲେ । ତେବେ ରାଜ୍ୟପାଳ ଚାଷୀଙ୍କୁ ଦେଖି ଗାଡ଼ିରୁ ନିଜେ ଓଲ୍ଲାଇ ଚାଷୀଙ୍କୁ ସାକ୍ଷାତ କରିଛନ୍ତି ।

ରାଜ୍ୟପାଳ ଚାଷୀଙ୍କ ସହ ସେହି ଅଞ୍ଚଳରେ ଥିବା ବିଭିନ୍ନ ଚାଷ ଓ ଚାଷୀ ସମସ୍ୟା ନେଇ ଆଲୋଚନା କରିଛନ୍ତି । ପରେ ଓଡ଼ିଶା ରାଜ୍ୟ କୃଷକ ସଂଗଠନର ସଭାପତି ବୀରେନ୍ଦ୍ର କର ୯ ଦଫା ଦାବି ସମ୍ମିଳିତ ଏକ ସ୍ମାରକ ପାତ୍ର ରାଜ୍ୟପାଳଙ୍କୁ ପ୍ରଦାନ କରିଥିଲେ । ଚାଷୀ ସମସ୍ୟାକୁ ନେଇ ରାଜ୍ୟ ସରକାର ଓ ପ୍ରଶାସନିକ ଅଧିକାରୀମାନଙ୍କ ସହିତ ଆଲୋଚନା କରିବି ବୋଲି ମାନ୍ୟବର ରାଜ୍ୟପାଳ ରଘୁବର ଦାସ କହିଛନ୍ତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ