Masthead

ରିମାଣ୍ଡ ସରିବା ପରେ ଜେଲ୍ ଗଲା ଗୋବିନ୍ଦ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମହାଲିଙ୍ଗ ସନସାଇନ୍ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ହତ୍ୟା ମାମଲାରେ ଜେଲ ଗଲେ ଗୋବିନ୍ଦ ସାହୁ । ୫ ଦିନିଆ ରିମାଣ୍ଡ ଅବଧି ଶେଷ ହେବା ପରେ ଗୋବିନ୍ଦଙ୍କୁ ଆଜି ସକାଳ ୭ଟା ସମୟରେ କଂଟାବାଞ୍ଜି ମାଜିଷ୍ଟ୍ରେଟଙ୍କ ପାଖରେ ହାଜର କରାଇଥିଲା ପୋଲିସ । ଏହା ପରେ ଗୋବିନ୍ଦ ସାହୁଙ୍କୁ ଜେଲ ପଠାଇ ଦିଆଯାଇଛି । ଏବେ କଂଟାବାଞ୍ଜି ଜେଲ ହାଜତରେ ରହିବେ ଗୋବିନ୍ଦ ସାହୁ । ଏବେ ଡ୍ରାଇଭର ରାଧେଶ୍ୟାମ୍ କାଣ୍ଡିଙ୍କୁ ରିମାଣ୍ଡରେ ଆଣିପାରେ ପୋଲିସ।

ତେବେ କେବଳ ମମିତା ହତ୍ୟା ମାମଲାର ତଦନ୍ତ କରୁଥିବା ପୋଲିସ, ଗୋବିନ୍ଦଙ୍କ ବିରୋଧରେ ଆସିଥିବା ଅନ୍ୟ ଅଭିଯୋଗର ତଦନ୍ତ ନେଇ କୌଣସି ସୂଚନା ଦେଉନାହିଁ । ମମିତାଙ୍କୁ ହତ୍ୟା କରିବାରେ ଗୋବିନ୍ଦଙ୍କୁ କିଏ ସହାୟତା କରିଥିଲେ, ପୋଲିସ ବାରାକରୁ ଫେରାର ହେବା ପଛରେ କାହାର ହାତ ଥିଲା, ଏସବୁ ଏବେବି ଅସମାହିତ ହୋଇ ରହିଛି । ତେଣୁ ପୋଲିସର ତଦନ୍ତକୁ ନେଇ ସାଧାରଣରେ କେତୋଟି ପ୍ରଶ୍ନ ଉଠୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ