ରିମାଣ୍ଡ ସରିବା ପରେ ଜେଲ୍ ଗଲା ଗୋବିନ୍ଦ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମହାଲିଙ୍ଗ ସନସାଇନ୍ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ହତ୍ୟା ମାମଲାରେ ଜେଲ ଗଲେ ଗୋବିନ୍ଦ ସାହୁ । ୫ ଦିନିଆ ରିମାଣ୍ଡ ଅବଧି ଶେଷ ହେବା ପରେ ଗୋବିନ୍ଦଙ୍କୁ ଆଜି ସକାଳ ୭ଟା ସମୟରେ କଂଟାବାଞ୍ଜି ମାଜିଷ୍ଟ୍ରେଟଙ୍କ ପାଖରେ ହାଜର କରାଇଥିଲା ପୋଲିସ । ଏହା ପରେ ଗୋବିନ୍ଦ ସାହୁଙ୍କୁ ଜେଲ ପଠାଇ ଦିଆଯାଇଛି । ଏବେ କଂଟାବାଞ୍ଜି ଜେଲ ହାଜତରେ ରହିବେ ଗୋବିନ୍ଦ ସାହୁ । ଏବେ ଡ୍ରାଇଭର ରାଧେଶ୍ୟାମ୍ କାଣ୍ଡିଙ୍କୁ ରିମାଣ୍ଡରେ ଆଣିପାରେ ପୋଲିସ।

ତେବେ କେବଳ ମମିତା ହତ୍ୟା ମାମଲାର ତଦନ୍ତ କରୁଥିବା ପୋଲିସ, ଗୋବିନ୍ଦଙ୍କ ବିରୋଧରେ ଆସିଥିବା ଅନ୍ୟ ଅଭିଯୋଗର ତଦନ୍ତ ନେଇ କୌଣସି ସୂଚନା ଦେଉନାହିଁ । ମମିତାଙ୍କୁ ହତ୍ୟା କରିବାରେ ଗୋବିନ୍ଦଙ୍କୁ କିଏ ସହାୟତା କରିଥିଲେ, ପୋଲିସ ବାରାକରୁ ଫେରାର ହେବା ପଛରେ କାହାର ହାତ ଥିଲା, ଏସବୁ ଏବେବି ଅସମାହିତ ହୋଇ ରହିଛି । ତେଣୁ ପୋଲିସର ତଦନ୍ତକୁ ନେଇ ସାଧାରଣରେ କେତୋଟି ପ୍ରଶ୍ନ ଉଠୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’