Masthead

ପୂରଣ ହେବ ଡ୍ରାଇଭରଙ୍କ ଦାବି, ଲିଖିତ ପ୍ରତିଶ୍ରୁତି ଦେଲେ ସରକାର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପୂରଣ ହେବ ଡ୍ରାଇଭରଙ୍କ ଦାବି । ଲିଖିତ ପ୍ରତିଶ୍ରୁତି ଦେଲେ ସରକାର । ୩ ମାସ ମଧ୍ୟରେ ଡ୍ରାଇଭରଙ୍କ ସମସ୍ୟାର ସମାଧାନ ହେବ ବୋଲି ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ଲିଖିତ ଭାବେ ଡ୍ରାଇଭର ଏକତା ମଞ୍ଚକୁ ଚିଠି ଲେଖି ଜଣାଇଛନ୍ତି । ରାଜ୍ୟର ପ୍ରାୟ ୨ଲକ୍ଷ ଡ୍ରାଇଭର ଗତ ଦୁଇଦିନ ଧରି ରାଜରାସ୍ତାକୁ ଓହ୍ଲାଇ ଆନ୍ଦୋଳନ କରୁଥିବାବେଳେ ସରକାର ସେମାନଙ୍କର ୧୦ଦଫା ଦାବି ପୂରଣ ପାଇଁ ଲିଖିତ ପ୍ରତିଶ୍ରୁତି ଦେଇଛନ୍ତି।

ବିଧାନସଭାରେ ଡ୍ରାଇଭର ଆନ୍ଦୋଳନ ପ୍ରସଙ୍ଗକୁ ନେଇ ଶାସକ-ବିରୋଧୀ ସଦସ୍ୟମାନେ ଉଦବେଗ ବ୍ୟକ୍ତ କରିବା ପରେ ଡ୍ରାଇଭରମାନଙ୍କ ସହ ଆଲୋଚନା ପାଇଁ ସରକାରଙ୍କୁ ବାଚସ୍ପତି ନିର୍ଦ୍ଦେଶ ଦେଇଥିଲେ। ସରକାରଙ୍କ ପକ୍ଷରୁ ଲିଖିତ ପ୍ରତିଶ୍ରୁତି ପରେ ଡ୍ରାଇଭରମାନଙ୍କ ପରବର୍ତ୍ତୀ ଆଭିମୁଖ୍ୟ କ’ଣ ହେବ ତାହା ଏପର୍ୟ୍ୟନ୍ତ ଜଣାପଡ଼ିନି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’