Masthead

କୋଭିସିଲଡ ଟିକା ଅଭାବ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଶୁକ୍ରବାର ରାଜ୍ୟରେ ୫ ଜିଲ୍ଲାରେ ବନ୍ଦ ରହିବ ଟିକାକରଣ । ଗୁରୁବାର ୪ଟି ଜିଲ୍ଲାରେ ବନ୍ଦ ଥିଲା ଟିକାରଣ । ତେବେ ଗୁରୁବାର ଝାରସୁଗୁଡ଼ା, କେନ୍ଦ୍ରାପଡ଼ା, କୋରାପୁଟ, ନୟାଗଡ଼ ଓ ନୂଆପଡ଼ା ଜିଲ୍ଲାରେ ଟିକାକରଣ ବନ୍ଦ ରହିବ । ରାଜ୍ୟରେ ‘କୋଭିସିଲ୍‌ଡ’ ଟିକାର ଅଭାବ ପାଇଁ ଏକାଧିକ ଜିଲ୍ଲାରେ ଟିକାକରଣ ବନ୍ଦ କରିବାକୁ ପଡ଼ୁଛି । ଏପରିକି ଟିକାକରଣ ଅଧିବେଶନ ମଧ୍ୟ କମିବାରେ ଲାଗିଛି । ଶୁକ୍ରବାର ରାଜ୍ୟରେ ୫୨୦ ଅଧିବେଶନରେ ଟିକାକରଣ କରାଯିବ ବୋଲି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୫ତାରିଖରେ ରାଜ୍ୟରେ ରେକର୍ଡ ସଂଖ୍ୟକ ଦିନକରେ ୪ଲକ୍ଷ ଲୋକଙ୍କୁ ଟିକା ଦିଆଯାଇଥିଲା ।

ମାତ୍ର ଏହା ପରଠାରୁ ଦୈନିକ ଟିକାକରଣ କମି କମି ଚାଲିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏକାଧିକଥର କେନ୍ଦ୍ର ସରକାରଙ୍କୁ ଚିଠି ଦିଆଗଲାଣି । ଆସନ୍ତା ୧୫ ତାରିଖରେ ପରବର୍ତ୍ତୀ ଟିକା ଆସିବ ବୋଲି କେନ୍ଦ୍ର ସରକାରଙ୍କ ପକ୍ଷରୁ କୁହାଯାଇଛି । ତେଣୁ ୯ ତାରିଖଠାରୁ ରାଜ୍ୟରେ ଟିକାକରଣ ପ୍ରଭାବିତ ହେବାର ଆଶଙ୍କା ପ୍ରକାଶ ପାଇଛି ।

ଗୁରୁବାର ରାଜ୍ୟରେ ୭୧୭ ଟିକାକରଣ ଅଧିବେଶନ ଅନୁଷ୍ଠିତ ହୋଇଥିଲା। ଏଥିରେ ୧ଲକ୍ଷ ୩୬ହଜାର ୯୬୪ଜଣଙ୍କୁ ଟିକା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ଏ ପର୍ଯ୍ୟନ୍ତ ୧କୋଟି ୩୧ଲକ୍ଷ ୭୯ହଜାର ୩୦୪ ଡୋଜ୍ ଟିକା ଦିଆଗଲାଣି । ଏଥିରେ ପ୍ରଥମ ଡୋଜ୍ ସଂଖ୍ୟା ୧ କୋଟି ଟପିଛି । ରାଜ୍ୟରେ ଏବେ ୧ଲକ୍ଷ ୯ହଜାର ୫୯୦ଡୋଜ୍ କୋଭିସିଲ୍‌ଡ ଓ ୨ଲକ୍ଷ ୫୪ହଜାର ୩୦ଡୋଜ୍ କୋଭାକ୍ସିନ୍ ଟିକା ମହଜୁଦ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା