କୋଭିସିଲଡ ଟିକା ଅଭାବ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଶୁକ୍ରବାର ରାଜ୍ୟରେ ୫ ଜିଲ୍ଲାରେ ବନ୍ଦ ରହିବ ଟିକାକରଣ । ଗୁରୁବାର ୪ଟି ଜିଲ୍ଲାରେ ବନ୍ଦ ଥିଲା ଟିକାରଣ । ତେବେ ଗୁରୁବାର ଝାରସୁଗୁଡ଼ା, କେନ୍ଦ୍ରାପଡ଼ା, କୋରାପୁଟ, ନୟାଗଡ଼ ଓ ନୂଆପଡ଼ା ଜିଲ୍ଲାରେ ଟିକାକରଣ ବନ୍ଦ ରହିବ । ରାଜ୍ୟରେ ‘କୋଭିସିଲ୍‌ଡ’ ଟିକାର ଅଭାବ ପାଇଁ ଏକାଧିକ ଜିଲ୍ଲାରେ ଟିକାକରଣ ବନ୍ଦ କରିବାକୁ ପଡ଼ୁଛି । ଏପରିକି ଟିକାକରଣ ଅଧିବେଶନ ମଧ୍ୟ କମିବାରେ ଲାଗିଛି । ଶୁକ୍ରବାର ରାଜ୍ୟରେ ୫୨୦ ଅଧିବେଶନରେ ଟିକାକରଣ କରାଯିବ ବୋଲି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୫ତାରିଖରେ ରାଜ୍ୟରେ ରେକର୍ଡ ସଂଖ୍ୟକ ଦିନକରେ ୪ଲକ୍ଷ ଲୋକଙ୍କୁ ଟିକା ଦିଆଯାଇଥିଲା ।

ମାତ୍ର ଏହା ପରଠାରୁ ଦୈନିକ ଟିକାକରଣ କମି କମି ଚାଲିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏକାଧିକଥର କେନ୍ଦ୍ର ସରକାରଙ୍କୁ ଚିଠି ଦିଆଗଲାଣି । ଆସନ୍ତା ୧୫ ତାରିଖରେ ପରବର୍ତ୍ତୀ ଟିକା ଆସିବ ବୋଲି କେନ୍ଦ୍ର ସରକାରଙ୍କ ପକ୍ଷରୁ କୁହାଯାଇଛି । ତେଣୁ ୯ ତାରିଖଠାରୁ ରାଜ୍ୟରେ ଟିକାକରଣ ପ୍ରଭାବିତ ହେବାର ଆଶଙ୍କା ପ୍ରକାଶ ପାଇଛି ।

ଗୁରୁବାର ରାଜ୍ୟରେ ୭୧୭ ଟିକାକରଣ ଅଧିବେଶନ ଅନୁଷ୍ଠିତ ହୋଇଥିଲା। ଏଥିରେ ୧ଲକ୍ଷ ୩୬ହଜାର ୯୬୪ଜଣଙ୍କୁ ଟିକା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ଏ ପର୍ଯ୍ୟନ୍ତ ୧କୋଟି ୩୧ଲକ୍ଷ ୭୯ହଜାର ୩୦୪ ଡୋଜ୍ ଟିକା ଦିଆଗଲାଣି । ଏଥିରେ ପ୍ରଥମ ଡୋଜ୍ ସଂଖ୍ୟା ୧ କୋଟି ଟପିଛି । ରାଜ୍ୟରେ ଏବେ ୧ଲକ୍ଷ ୯ହଜାର ୫୯୦ଡୋଜ୍ କୋଭିସିଲ୍‌ଡ ଓ ୨ଲକ୍ଷ ୫୪ହଜାର ୩୦ଡୋଜ୍ କୋଭାକ୍ସିନ୍ ଟିକା ମହଜୁଦ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’