ଆଜିଠୁ ଖୋଲିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜିଠୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଭିଯୋଗ ଶୁଣାଣି ଶିବିର । ୟୁନିଟ୍-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ହେବ ଶିବିର । ଏଥିପାଇଁ ସମସ୍ତ ପ୍ରସ୍ତୁତି ସରିଛି। ଅଭିଯୋଗ ଶୁଣାଣି ପାଇଁ ସକାଳ ୯ଟାରୁ ଦିନ ୧୨ଟା ମଧ୍ୟରେ ପଞ୍ଜୀକରଣ କରିବାକୁ ପଡିବ। ଆଗ୍ରହୀ ବ୍ୟକ୍ତି ସେଠାରେ ଉପସ୍ଥିତ ରହି ନିଜ ପଞ୍ଜୀକରଣ କରାଇ ପାରିବେ।

ଦିବ୍ୟାଙ୍ଗ, ମହିଳା ଓ ବୟସ୍କଙ୍କ ପାଇଁ ଶିବିରରେ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି। ଅଭିଯୋଗ ପ୍ରକୋଷ୍ଠ ବାହାରେ ବ୍ୟାରିକେଡ ପ୍ରସ୍ତୁତ କରାଯାଇଥିବା ବେଳେ ଏହିବାଟେ ଧାଡ଼ିରେ ଆସି ମୁଖ୍ୟମନ୍ତ୍ରୀଙ୍କୁ ସମସ୍ୟା ଜଣାଇବେ ଜନସାଧାରଣ । ଦୂରଦୂରାନ୍ତରୁ ଆସୁଥିବା ଜନସାଧାରଣଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ପାନୀୟ ଜଳ ଓ ଅନ୍ୟାନ୍ୟ ବ୍ୟବସ୍ଥା ମଧ୍ୟ କରାଯାଇଛି । ପ୍ରାୟ ବର୍ଷକ ପରେ ଆରମ୍ଭ ହେଉଛି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ପ୍ରକୋଷ୍ଠ। ଲୋକଙ୍କ ସବୁ ପ୍ରକାର ସମସ୍ୟାର ସମାଧାନ କରାଯିବ ବୋଲି ସୂଚନା ଦେଇଛନ୍ତି ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’