Masthead

ଆଜିଠୁ ଖୋଲିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜିଠୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଭିଯୋଗ ଶୁଣାଣି ଶିବିର । ୟୁନିଟ୍-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ହେବ ଶିବିର । ଏଥିପାଇଁ ସମସ୍ତ ପ୍ରସ୍ତୁତି ସରିଛି। ଅଭିଯୋଗ ଶୁଣାଣି ପାଇଁ ସକାଳ ୯ଟାରୁ ଦିନ ୧୨ଟା ମଧ୍ୟରେ ପଞ୍ଜୀକରଣ କରିବାକୁ ପଡିବ। ଆଗ୍ରହୀ ବ୍ୟକ୍ତି ସେଠାରେ ଉପସ୍ଥିତ ରହି ନିଜ ପଞ୍ଜୀକରଣ କରାଇ ପାରିବେ।

ଦିବ୍ୟାଙ୍ଗ, ମହିଳା ଓ ବୟସ୍କଙ୍କ ପାଇଁ ଶିବିରରେ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି। ଅଭିଯୋଗ ପ୍ରକୋଷ୍ଠ ବାହାରେ ବ୍ୟାରିକେଡ ପ୍ରସ୍ତୁତ କରାଯାଇଥିବା ବେଳେ ଏହିବାଟେ ଧାଡ଼ିରେ ଆସି ମୁଖ୍ୟମନ୍ତ୍ରୀଙ୍କୁ ସମସ୍ୟା ଜଣାଇବେ ଜନସାଧାରଣ । ଦୂରଦୂରାନ୍ତରୁ ଆସୁଥିବା ଜନସାଧାରଣଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ପାନୀୟ ଜଳ ଓ ଅନ୍ୟାନ୍ୟ ବ୍ୟବସ୍ଥା ମଧ୍ୟ କରାଯାଇଛି । ପ୍ରାୟ ବର୍ଷକ ପରେ ଆରମ୍ଭ ହେଉଛି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ପ୍ରକୋଷ୍ଠ। ଲୋକଙ୍କ ସବୁ ପ୍ରକାର ସମସ୍ୟାର ସମାଧାନ କରାଯିବ ବୋଲି ସୂଚନା ଦେଇଛନ୍ତି ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ