Masthead

ଜିଆରଏସ ବ୍ଲକ ସଭାପତିଙ୍କୁ ହତ୍ୟା କଲା ପୂର୍ବତନ ସରପଞ୍ଚଙ୍କ ପୁଅ

ବୁଗୁଡ଼ା (ବଡ଼ ଖବର ବ୍ୟୁରୋ): ପୂର୍ବ ଶତ୍ରୁତାରୁ ପୁଣି ହତ୍ୟା । ଗଞ୍ଜାମ ଜିଲ୍ଲାରେ ଗଡ଼ିଛି ଆଉ ଏକ ମୁଣ୍ଡ । ବୁଗୁଡ଼ା ଥାନା ବାଲିପଦର ଫାଣ୍ଡି ଅଧୀନ କଳମ୍ବ- ଅନ୍ତରପଡ଼ା ରାସ୍ତାରେ କଳମ୍ବ ଗ୍ରାମର ସୁକାନ୍ତ କୁମାର ପାଣିଗ୍ରାହୀଙ୍କୁ ପୂର୍ବତନ ସରପଞ୍ଚଙ୍କ ପୁଅ ହତ୍ୟା କରିଥିବା ଅଭିଯୋଗ ହୋଇଛି । ହତ୍ୟା ଯୋଜନାବଦ୍ଧ ଥିବା ନେଇ ଚର୍ଚ୍ଚା ହେଉଛି । ଅଧା ବାଟରେ ଜଗି ସୁକାନ୍ତଙ୍କୁ ବାଇକ୍‌ରେ ଲିପ୍ଟ ମାଗିଥିଲା ଅଭିଯୁକ୍ତ । ଚଳନ୍ତା ବାଇକ୍ ପଛରେ ବସି ଲୁଚାଇ ରଖିଥିବା ଛୁରିରେ ସୁକାନ୍ତଙ୍କୁ ଆଘାତ କରିଥିଲା ।

ବାଇକ୍‌ରୁ ସୁକାନ୍ତ ତଳେ ପଡ଼ିଯାଇଥିଲେ । ଗୁରୁତର ଅବସ୍ଥାରେ ସୁକାନ୍ତଙ୍କୁ ବୁଗୁଡ଼ା ମେଡିକାଲ ଅଣାଯାଇ ପ୍ରାଥମିକ ଚିକିତ୍ସା ପରେ ବ୍ରହ୍ମପୁର ସ୍ଥାନାନ୍ତର କରାଯିବା ବେଳେ ତାଙ୍କର ପ୍ରାଣବାୟୁ ଉଡି ଯାଇଥିଲା । ଖବର ପାଇ ବୁଗୁଡ଼ା ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିବା ସହ ଶବ ବ୍ୟବଚ୍ଛେଦ ନିମନ୍ତେ ଭଞ୍ଜନଗର ଡାକ୍ତରଖାନାକୁ ପଠାଇଛି। ଥାନା ଅଧିକାରୀ ପ୍ରଭାତ ରଞ୍ଜନ ମହାନ୍ତିଙ୍କ ସୂଚନା ଅନୁସାରେ, ସୁକାନ୍ତଙ୍କୁ ପୂର୍ବତନ ସରପଞ୍ଚ ଦର୍ଶିପୁର ଗ୍ରାମର ଗନ୍ତାୟତ ସ୍ଵାଇଁଙ୍କ ପୁଅ ରାଘବ ଛୁରି ଭୁସି ହତ୍ୟା କରିଥିବା ତାଙ୍କ ମାଆ ଅଭିଯୋଗ କରିଛନ୍ତି ।

ସୁକାନ୍ତ ପୂର୍ବରୁ କଳମ୍ବ ପଞ୍ଚାୟତର ନେଇ ରାଘବଙ୍କ ସହ ମନୋମାଳିନ୍ୟ ଥିଲା। ରାଜନୈତିକ ଜିଆରଏସ୍ ଥିବା ବେଳେ କୌଣସି କାମକୁ ଆକ୍ରୋଶରୁ ତାଙ୍କୁ ହତ୍ୟା କରାଯାଇଥିବା ମୃତକଙ୍କ ମାଆ ଅଭିଯୋଗ ଆଣିଛନ୍ତି । ତେବେ ତଦନ୍ତ ପରେ ପ୍ରକୃତ କାରଣ ଜଣାପଡ଼ିବ ବୋଲି ପୁଲିସ ସୂଚନା ଦେଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ