Masthead

ଜଙ୍ଗଲରୁ ଜିଆରଏସଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

ନାକଟିଦେଉଳ (ବଡ଼ ଖବର ବ୍ୟୁରୋ): ଜଙ୍ଗଲରୁ ମିଳିଲା ଜିଆରଏସଙ୍କ ମୃତଦେହ । ଏଭଳି ଘଟଣା ଦେଖିବାକୁ ମିଳିଛି ସମ୍ବଲପୁର ଜିଲ୍ଲା ନାକଟିଦେଉଳ ବ୍ଲକ ଅନ୍ତର୍ଗତ ଘୋଷରାମାଳ ଗ୍ରାମରେ । ପଞ୍ଚାୟତର ଜିଆରଏସ ପ୍ରଦ୍ୟୁମ୍ନ ଦାସଙ୍କ ମୃତ ଦେହକୁ ସନ୍ଦେହ ଜନକ ଅବସ୍ଥାରେ ଉଦ୍ଧାର କରାଯାଇଛି । ମୃତ ଜିଆରଏସଙ୍କ ଘର ନାକଟିଦେଉଳ ଗ୍ରାମରେ ହୋଇଥିବା ବେଳେ ଗତ ୪ ମାସ ହେଲା ସେ ଘୋଷରାମାଳ ପଂଚାୟତରେ ଗ୍ରାମ ରୋଜଗାର ସେବକ ଭାବେ ଯୋଗଦେଇଥିଲେ । ଗତକାଲି ସେ ଡ୍ୟୁଟିକୁ ଯାଇ ଆଉ ଫେରି ନଥିଲେ । ତାଙ୍କ ମୃତ ଦେହକୁ ଝାତକିମାଲ ଠାରୁ ପ୍ୟାରା ସହି ଯିବା ରାସ୍ତାର ଏକ ନାଳ ନିକଟରୁ ଉଦ୍ଧାର କରାଯାଇଛି । ଘଟଣାସ୍ଥଳରେ ରେଢ଼ାଖୋଲ ପୋଲିସ ପହଂଚି ମୃତ ଦେହକୁ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ରେଢ଼ାଖୋଲ ପଠାଇ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛି । ପରିବାର ଲୋକମାନେ କେହି ତାଙ୍କୁ ହତ୍ୟା କରି ଫିଙ୍ଗି ଦେଇଥିବା ନେଇ ଅଭିଯୋଗ କରିବା ସହ ନ୍ୟାୟ ଦାବି କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ