ଜଙ୍ଗଲରୁ ଜିଆରଏସଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

ନାକଟିଦେଉଳ (ବଡ଼ ଖବର ବ୍ୟୁରୋ): ଜଙ୍ଗଲରୁ ମିଳିଲା ଜିଆରଏସଙ୍କ ମୃତଦେହ । ଏଭଳି ଘଟଣା ଦେଖିବାକୁ ମିଳିଛି ସମ୍ବଲପୁର ଜିଲ୍ଲା ନାକଟିଦେଉଳ ବ୍ଲକ ଅନ୍ତର୍ଗତ ଘୋଷରାମାଳ ଗ୍ରାମରେ । ପଞ୍ଚାୟତର ଜିଆରଏସ ପ୍ରଦ୍ୟୁମ୍ନ ଦାସଙ୍କ ମୃତ ଦେହକୁ ସନ୍ଦେହ ଜନକ ଅବସ୍ଥାରେ ଉଦ୍ଧାର କରାଯାଇଛି । ମୃତ ଜିଆରଏସଙ୍କ ଘର ନାକଟିଦେଉଳ ଗ୍ରାମରେ ହୋଇଥିବା ବେଳେ ଗତ ୪ ମାସ ହେଲା ସେ ଘୋଷରାମାଳ ପଂଚାୟତରେ ଗ୍ରାମ ରୋଜଗାର ସେବକ ଭାବେ ଯୋଗଦେଇଥିଲେ । ଗତକାଲି ସେ ଡ୍ୟୁଟିକୁ ଯାଇ ଆଉ ଫେରି ନଥିଲେ । ତାଙ୍କ ମୃତ ଦେହକୁ ଝାତକିମାଲ ଠାରୁ ପ୍ୟାରା ସହି ଯିବା ରାସ୍ତାର ଏକ ନାଳ ନିକଟରୁ ଉଦ୍ଧାର କରାଯାଇଛି । ଘଟଣାସ୍ଥଳରେ ରେଢ଼ାଖୋଲ ପୋଲିସ ପହଂଚି ମୃତ ଦେହକୁ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ରେଢ଼ାଖୋଲ ପଠାଇ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛି । ପରିବାର ଲୋକମାନେ କେହି ତାଙ୍କୁ ହତ୍ୟା କରି ଫିଙ୍ଗି ଦେଇଥିବା ନେଇ ଅଭିଯୋଗ କରିବା ସହ ନ୍ୟାୟ ଦାବି କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’