ଚେନ୍ନାଇ ସୁପର୍‌ କିଙ୍ଗ୍ସକୁ ୩୫ ରନ୍‌ରେ ପରାସ୍ତ କଲା ଗୁଜରାଟ

ଅହମ୍ମଦାବାଦ(ବଡ଼ ଖବର ବ୍ୟୁରୋ): ଆଇପିଏଲ୍‌ ୨୦୨୪ର ୫୯ତମ ମ୍ୟାଚ୍‌ରେ ଚେନ୍ନାଇକୁ ହରାଇଲା ଗୁଜରାଟ ଟାଇଟନ୍ସ। ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚ୍‌ ଗୁଜରାଟ ଲାଗି ଗୁରୁତ୍ୱ ବହନ କରୁଥିଲା। ଏହି ବିଜୟ ଯୋଗୁ ଦଳ ପ୍ଲେଅଫ୍‌ ରେସ୍‌ରେ ରହିବାରେ ସଫଳ ହୋଇଛି। ତେବେ ଗୁଜରାଟ ଚେନ୍ନାଇକୁ ୨୩୨ ରନ୍‌ର ବିଶାଳ ଟାର୍ଗେଟ ଦେଇଥିଲା। ଏହାର ଜବାବରେ ଚେନ୍ନାଇ ନିର୍ଦ୍ଧାରିତ ଓଭରରେ ୮ ଉଇକେଟ ହରାଇ ୧୯୬ ରନ୍‌ କରିବାରେ ସଫଳ ହୋଇଥିଲା।

ପ୍ରାରମ୍ଭିକ ଉଇକେଟ ପତନ ଯୋଗୁ ଦଳ ୩୫ ରନ୍‌ରେ ପରାଜୟର ସମ୍ମୁଖୀନ ହୋଇଛି। ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିଲା ଗୁଜରାଟ ଟାଇଟନ୍ସ। ଘରୋଇ ନରେନ୍ଦ୍ର ମୋଦି ଷ୍ଟାଡିୟମ ପିଚ୍‌ରୁ ଭରପୂର ଫାଇଦା ଉଠାଇଥିଲେ ଦୁଇ ଓପନର ସାଇ ସୁଦର୍ଶନ ଓ ଅଧିନାୟକ ଶୁବମନ ଗିଲ୍‌। ଓପନିଂ ଯୋଡ଼ିରେ ୧୦୪ ବଲ୍‌ରୁ ୨୧୦ ରନ ସଂଗ୍ରହ କରିଥିଲେ ଗିଲ୍‌ ଓ ସୁଦର୍ଶନ। ସୁଦର୍ଶନ ୫୧ ବଲ୍‌ରୁ ୫ ଚୌକା ଓ ୭ ଛକା ସହାୟତାରେ ୧୦୩ ଓ ଗିଲ୍‌ ୫୫ ବଲ୍‌ରୁ ୯ ଚୌକା ଓ ୬ ଛକା ସହ ୧୦୪ ରନ କରିଥିଲେ। ଏହି ଭାଗୀଦାରି ବଳରେ ଗୁଜରାଟ ଟାଇଟନ୍ସ ୨୦ ଓଭରରେ ୩ ଉଇକେଟ ହରାଇ ୨୩୧ ରନ ସଂଗ୍ରହ କରିଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ