Masthead

ଖାଁ ଖାଁ ଗୁଣ୍ଡିଚାଘାଇ

କେନ୍ଦୁଝର(ବଡ଼ ଖବର ବ୍ୟୁରୋ): ଖାଁ ଖାଁ ଲାଗୁଛି କେନ୍ଦୁଝର ଜିଲ୍ଲାର ପ୍ରସିଦ୍ଧ ପର୍ଯଟନସ୍ଥଳ ଗୁଣ୍ଡିଚାଘାଇ । ରାଜ୍ୟ ପର୍ଯଟନ ମାନଚିତ୍ରରେ ଏହାର ସ୍ୱତନ୍ତ୍ର ପରିଚୟ ରହିଛି । ପିକନିକ ସିଜିନ ଆସିଲେ ଏଠାରେ ଲାଗୁଥିଲା ଶହ ଶହ ପର୍ଯଟକଙ୍କ ଭିଡ଼ । ବଣପାହାଡ଼ର ଅଙ୍କାବଙ୍କା ପଥର ଶଯ୍ୟାରେ ବହି ଆସୁଥିବା ଝରଣା ସମସ୍ତଙ୍କ ମନକୁ କିଣିନେଇଥାଏ । କ୍ଷଣିଏ ଏଠାରେ ରହିବା ଲାଗି ପର୍ଯଟକଙ୍କୁ ବାଧ୍ୟ କରିଥାଏ ଜଳପ୍ରପାତ । ମୂଷା ପିଠି ସଦୃଶ ତିନୋଟି ଧାରରୁ ଜଳ ପ୍ରବାହିତ ହେଉଥିବାରୁ ଏହାର ନାମ ଗୁଣ୍ଡିଚାଘାଇ ରଖାଯାଇଛି । ଜଳପ୍ରପାତର ସୌନ୍ଦର୍ଯ୍ୟ ସମସ୍ତ ପର୍ଯଟକଙ୍କ ପ୍ରଥମ ପସନ୍ଦ ପାଲଟିଥାଏ । ରାଜ୍ୟ ଏବଂ ରାଜ୍ୟ ବାହାରର ବହୁ ପର୍ଯ୍ୟଟକ ପିକନିକ ସିଜିନ ଆସିଲେ ଏଠାକୁ ଟାଣିଆଣିଥାଏ । ମାତ୍ର ଚଳିତ ବର୍ଷ କରୋନା କଟକଣା ଲାଗି ସ୍ୱଳ୍ପ ସଂଖ୍ୟକ ପର୍ଯ୍ୟଟକ ଏଠାକୁ ଆସୁଥିବା ଦେଖିବାକୁ ମିଳିଛି । ଆଗାମୀ ଦିନରେ ପର୍ଯଟକଙ୍କ ଭିଡ ଲାଗିପାରେ ବୋଲି ଆଶା କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ