Masthead

ଗଞ୍ଜାମ ଜିଲ୍ଲାପାଳଙ୍କ ଖଲ୍ଲିକୋଟ ଗସ୍ତ

ଖଲ୍ଲିକୋଟ, (ବଡ଼ ଖବର ବ୍ୟୁରୋ): ଶୁକ୍ରବାର ଖଲ୍ଲିକୋଟ ବ୍ଲକ ଗସ୍ତ କରିଛନ୍ତି ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ। ବ୍ଲକ ସଭାଗୃହରେ ବିଭିନ୍ନ ଉନ୍ନୟନ କାର୍ଯ୍ୟକୁ ନେଇ ଜିଲ୍ଲାପାଳ ସମୀକ୍ଷା କରିଥିଲେ। ପ୍ରତ୍ୟେକ ପଞ୍ଚାୟତର ମନରେଗା, ଜଙ୍ଗଲ, କୃଷି, ସ୍ୱାସ୍ଥ୍ୟ ଓ ପରିମଳ ପ୍ରଭୃତି ବିଷୟରେ ବିଭାଗୀୟ ଅଧିକାରୀମାନଙ୍କ ସହ ଆଲୋଚନା ହୋଇଥିଲା। ଶୀତ ଋତୁ ଆରମ୍ଭ ଯୋଗୁ ଗଞ୍ଜାମ ଜିଲ୍ଲାରେ ଯେପରି କରୋନା ପୁଣି ନ ବ୍ୟାପେ ସେଥିପ୍ରତି ସମସ୍ତେ ସଜାଗ ରହିବା ପାଇଁ ଅନୁରୋଧ କରିବା ସହ ଦୀପାବଳିରେ ବାଣ ନ ଫୁଟାଇ ଦୀପ ଲଗାଇବାକୁ ଅନୁରୋଧ କରିଛନ୍ତି ଜିଲ୍ଲାପାଳ।

ନାରାୟଣୀ ମନ୍ଦିର ଉନ୍ନତି ପାଇଁ ପଦକ୍ଷେପ ନିଆଯିବା ସମ୍ପର୍କରେ ମଧ୍ୟ ବୈଠକରେ ଆଲୋଚନା ହୋଇଥିଲା। ବୈଠକରେ ସ୍ଥାନୀୟ ବିଧାୟିକ ସୂର୍ଯ୍ୟମଣି ବୈଦ୍ୟ, ବ୍ଲକ ଅଧ୍ୟକ୍ଷା ମିନାକ୍ଷୀ ସାହୁ, ଛତ୍ରପୁର ଉପଜିଲ୍ଲାପାଳ ପ୍ରିୟରଞ୍ଜନ ପୃଷ୍ଟି, ବିଡିଓ ନବକୃଷ୍ଣ ଜେନା, ତହସିଲଦାର ଚକ୍ରଧର ପାଢ଼ୀ ଓ ବିଭିନ୍ନ ବିଭାଗର ଅଧିକାରୀଙ୍କ ସମେତ ସରପଞ୍ଚ ଓ ସମିତି ସଭ୍ୟ ଉପସ୍ଥିତ ଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା