ଗଞ୍ଜାମ ଜିଲ୍ଲାପାଳଙ୍କ ଖଲ୍ଲିକୋଟ ଗସ୍ତ

ଖଲ୍ଲିକୋଟ, (ବଡ଼ ଖବର ବ୍ୟୁରୋ): ଶୁକ୍ରବାର ଖଲ୍ଲିକୋଟ ବ୍ଲକ ଗସ୍ତ କରିଛନ୍ତି ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ। ବ୍ଲକ ସଭାଗୃହରେ ବିଭିନ୍ନ ଉନ୍ନୟନ କାର୍ଯ୍ୟକୁ ନେଇ ଜିଲ୍ଲାପାଳ ସମୀକ୍ଷା କରିଥିଲେ। ପ୍ରତ୍ୟେକ ପଞ୍ଚାୟତର ମନରେଗା, ଜଙ୍ଗଲ, କୃଷି, ସ୍ୱାସ୍ଥ୍ୟ ଓ ପରିମଳ ପ୍ରଭୃତି ବିଷୟରେ ବିଭାଗୀୟ ଅଧିକାରୀମାନଙ୍କ ସହ ଆଲୋଚନା ହୋଇଥିଲା। ଶୀତ ଋତୁ ଆରମ୍ଭ ଯୋଗୁ ଗଞ୍ଜାମ ଜିଲ୍ଲାରେ ଯେପରି କରୋନା ପୁଣି ନ ବ୍ୟାପେ ସେଥିପ୍ରତି ସମସ୍ତେ ସଜାଗ ରହିବା ପାଇଁ ଅନୁରୋଧ କରିବା ସହ ଦୀପାବଳିରେ ବାଣ ନ ଫୁଟାଇ ଦୀପ ଲଗାଇବାକୁ ଅନୁରୋଧ କରିଛନ୍ତି ଜିଲ୍ଲାପାଳ।

ନାରାୟଣୀ ମନ୍ଦିର ଉନ୍ନତି ପାଇଁ ପଦକ୍ଷେପ ନିଆଯିବା ସମ୍ପର୍କରେ ମଧ୍ୟ ବୈଠକରେ ଆଲୋଚନା ହୋଇଥିଲା। ବୈଠକରେ ସ୍ଥାନୀୟ ବିଧାୟିକ ସୂର୍ଯ୍ୟମଣି ବୈଦ୍ୟ, ବ୍ଲକ ଅଧ୍ୟକ୍ଷା ମିନାକ୍ଷୀ ସାହୁ, ଛତ୍ରପୁର ଉପଜିଲ୍ଲାପାଳ ପ୍ରିୟରଞ୍ଜନ ପୃଷ୍ଟି, ବିଡିଓ ନବକୃଷ୍ଣ ଜେନା, ତହସିଲଦାର ଚକ୍ରଧର ପାଢ଼ୀ ଓ ବିଭିନ୍ନ ବିଭାଗର ଅଧିକାରୀଙ୍କ ସମେତ ସରପଞ୍ଚ ଓ ସମିତି ସଭ୍ୟ ଉପସ୍ଥିତ ଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ